ଡଲାର, ଏସ୍‌ଡବ୍ଲ୍ୟୁଆଇଏଫ୍‌ଟିରୁ ନିର୍ଭରଶୀଳତା ହ୍ରାସ ଲକ୍ଷ୍ୟ

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ମଙ୍ଗଳବାରଠାରୁ ୩ ଦିନିଆ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଉକ୍ତ ସମିଟ୍‌ର ଆୟୋଜନ କରୁଥିବାବେଳେ ଏଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ସମେତ ଅନ୍ୟ ବିଶ୍ୱ ନେତାମାନେ ଯୋଗଦେଇଛନ୍ତି। ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକର ସମର୍ଥନ ପାଉଥିବା ୟୁକ୍ରେନ୍‌ ସହ ରୁଷିଆର ଯୁଦ୍ଧ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ଜାରି ରହିଥିବାବେଳେ ବହୁ ଦଶନ୍ଧି ପରେ ବିଶ୍ୱନେତାମାନଙ୍କୁ ନେଇ ସମ୍ମିଳନୀର ଆୟୋଜନ କରିବା ରୁଷିଆ ପାଇଁ ଏକ ବଡ଼ ସଫଳତା। ଏହି ସମ୍ମିଳନୀ ଜରିଆରେ ରୁଷିଆ ଏହା ପଛରେ ଗ୍ଲୋବାଲ ସାଉଥ୍‌ର ସମର୍ଥନ ରହିଥିବା ଦେଖାଇବାକୁ ଚାହିଁଛି।
ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକା ବ୍ରିକ୍ସର ସଦସ୍ୟ ରାଷ୍ଟ୍ର ହୋଇଥିବାବେଳେ ସମ୍ମିଳନୀରେ ୩୬ଟି ଦେଶରୁ ନେତାମାନେ ଯୋଗ ଦେଇଛନ୍ତି। ଇରାନ, ଇଜିପ୍ଟ, ଇଥିଓପିଆ, ୟୁନାଇଟେଡ୍‌ ଆରବ ଏମିରେଟ୍ସ ଏବଂ ସାଉଦି ଆରବ ଉକ୍ତ ଗୋଷ୍ଠୀର ସଦସ୍ୟତା ଗ୍ରହଣ କରିଥିବାବେଳେ ତୁର୍କୀ, ଆଜରବୈଜାନ ଏବଂ ମାଲେସିଆ ସଦସ୍ୟ ହେବା ପାଇଁ ଆବେଦନ କରିଛନ୍ତି।
ଅର୍ଥନୀତିରେ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକର ଆଧିପତ୍ୟ ବିସ୍ତାରକୁ ନେଇ ବ୍ରିକ୍ସ ସଦସ୍ୟ ରାଷ୍ଟ୍ରଗୁଡ଼ିକ ଅସନ୍ତୁଷ୍ଟ। ବିଶେଷକରି ୨୦୨୨ରେ ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ପରେ ଏହା ଉପରେ ପାଶ୍ଚାତ୍ୟ ରାଷ୍ଟ୍ର କଟକଣା ଲଗାଇଥିଲେ, ଯାହାକୁ ନେଇ ଗ୍ଲୋବାଲ ସାଉଥ୍‌ର ଅନେକ ରାଷ୍ଟ୍ର ଚିନ୍ତାବ୍ୟକ୍ତ କରିଥିଲେ। ବିଶ୍ୱ ଅର୍ଥନୀତିକୁ ନିୟନ୍ତ୍ରଣ କରିବା ଲାଗି ପାଶ୍ଚାତ୍ୟ ଶକ୍ତି କଟକଣାକୁ ଅସ୍ତ୍ର କରୁଥିବା ସେମାନେ କହିଥିଲେ। ବ୍ରିକ୍ସ ସହଯୋଗୀମାନେ ଆମେରିକା ଡଲାର ଏବଂ ଆର୍ଥତ୍କ କାରବାର ଲାଗି ରହିଥିବା ଅନ୍ତର୍ଜାତୀୟ ମେସେଜିଂ ନେଟ୍‌ଓ୍ବର୍କ ଏସ୍‌ଡବ୍ଲ୍ୟୁଆଇଏଫ୍‌ଟି ବ୍ୟବସ୍ଥା ଉପରୁ ନିର୍ଭରଶୀଳତା କମାଇବାକୁ ଚାହାନ୍ତି। ୨୦୨୨ରୁ ରୁଷିଆର ବ୍ୟାଙ୍କଗୁଡ଼ିକ ଏହି ବ୍ୟବସ୍ଥାରୁ ବାଦ୍‌ ପଡ଼ିଛନ୍ତି। ଚାଇନା ଏସ୍‌ଡବ୍ଲ୍ୟୁଆଇଏଫ୍‌ଟି ପେମେଣ୍ଟ ସିଷ୍ଟମର ବିକଳ୍ପ ଆଣିଥିବାବେଳେ ଏହା ସୀମିତ ଉପଯୋଗ ହେଉଛି। ବ୍ରିକ୍ସ ସମ୍ମିଳନୀ ଅବସରରେ ପୁଟିନ୍‌ ୨୦ଟି ଦେଶର ନେତାମାନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଗୁରୁବାର ପୁଟିନ୍‌ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri