Posted inଜାତୀୟ

ବନ୍ଦେ ଭାରତ ଟ୍ରେନ୍ ଉପରେ ପଥରମାଡ, ଯାତ୍ରା କରୁଥିଲେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ

ଅହମଦାବାଦ,୮ ।୧୧: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ପାର୍ଟି ନିଜ ନିଜର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ବଡ ବଡ ନେତାମାନେ ଏବେ ଗୁଜରାଟର ବିଭିନ୍ନ ଅଞ୍ଚଳ ଗସ୍ତ କରିବାରେ ଲାଗିଛନ୍ତି । ଏହି କ୍ରମରେ ସୋମବାର ଅଲ ଇଣ୍ଡିଆ ମଜଲିସ-ଏ-ଇନ୍‌ତେହା ମୁସଲିମ(ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱେସି ଗୁଜରାଟ ଗସ୍ତରେ ଯାଇଛନ୍ତି । ତେବେ ଏହି ସମୟରେ ସେ ଯେଉଁ ବନ୍ଦେ ଭାରତ ଟ୍ରେନରେ ଯାତ୍ରା କରୁଥିଲେ ସେହି ଟ୍ରେନ୍ ଉପରକୁ କେତେଜଣ ଅଜ୍ଞାତ ବ୍ୟକ୍ତି ପଥରମାଡ କରିଛନ୍ତି । ଯେଉଁଥିରେ ଟ୍ରେନର କାଚ ଭାଙ୍ଗିଯାଇଛି । ଏହି ଘଟଣା ସମ୍ପର୍କରେ ଓୱେସିଙ୍କ ଦଳର ନେତା ୱାରିସ ପଠାନ ଟୁଇଟ କରି ସୂଚନା ଦେଇଛନ୍ତି । ସେ ଦାବି କରିଛନ୍ତି ଯେ କେତେଜଣ ଅଜ୍ଞାତ ବ୍ୟକ୍ତି ଖୁବ ଯୋରରେ ପଥରମାଡ କରି ଟ୍ରେନର କାଚ ଭାଙ୍ଗି ଦେଇଛନ୍ତି ।
ପଠାନ ତାଙ୍କ ଟୁଇଟରରେ କିଛି ଫଟୋ ଶେୟାର କରିଛନ୍ତି ଯେଉଁଥିରେ ବନ୍ଦେ ଭାରତ ଟ୍ରେନର କିଛି କାଚ ଭାଙ୍ଗିଯାଇଥିବା ଦେଖାଯାଇଛି । ଆଉକିଛି ଫଟୋରେ ପଠାନଙ୍କ ସମେତ ଆଉ କେତେଜଣ ଲୋକ ବି ନଜର ଆସିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri