ଆଜିଠୁ ୪ ଜିଲାକୁ ଏୟାର ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର/ ସମ୍ବଲପୁର,୨୦ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ପ୍ରଥମ ପର୍ଯ୍ୟାୟରେ ୪ଟି ଜଲାରେ ଏହି ସେବା ଯୋଗାଇ ଦିଆଯିବ। ସେଗୁଡ଼ିକ ହେଲା ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଏହି ଏୟାର ଆମ୍ବୁଲାନ୍ସ ସେବାର ଉଦ୍‌ଘାଟନ କରିବେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସୂଚନା ଦେଇଛନ୍ତି ା ସେ ଆହୁରି କହିଛନ୍ତି ଯେ ରାଜ୍ୟରେ
ଯେତେବେଳେ ଏକ୍‌ମୋ ଚିକିତ୍ସାର ଆବଶ୍ୟକ ପଡ଼ିଥିଲା, ସେ ସମୟରେ ମୁଖ୍ୟମନ୍ତ୍ରୀ କଟକ ଏସ୍‌ସିବିରେ ଏକ୍‌ମୋ ସେବା ଉଦ୍‌ଘାଟନ କରିଥିଲେ। ଏବେ ଜନସାଧାରଣ ସୁବିଧାରେ ଚିକିତ୍ସା ପାଉଛନ୍ତି। ଏବେ ଏୟାର ଆମ୍ବୁଲାନ୍ସ ସେବା ଆବଶ୍ୟକ ପଡୁଛି। ତେଣୁ ମୁଖ୍ୟମନ୍ତ୍ରୀ ଏୟାର ଆମ୍ବୁଲାନ୍ସ ସେବା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସେବା ଲାଗୁ ହେବା ଫଳରେ ରୋଗୀମାନଙ୍କୁ କମ୍‌ ସମୟ ମଧ୍ୟରେ ଡାକ୍ତରଖାନାରେ ପହଞ୍ଚା ଯାଇପାରିବ। ଏହି ସେବାକାର୍ଯ୍ୟ ଜିଲାପାଳମାନେ ପରିଚାଳନା କରିବେ। ଜିଲାପାଳମାନଙ୍କୁ ଏହି ଆମ୍ବୁଲାନ୍ସ ସେବାର ଆବଶ୍ୟକତା ନେଇ ଜଣାଇବା ପରେ ସୁବିଧା ଯୋଗାଇ ଦିଆଯିବ। ଯେଉଁମାନଙ୍କର ଏୟାର ଆମ୍ବୁଲାନ୍ସ ଆବଶ୍ୟକ ପଡ଼ିବ ସେମାନେ ଜିଲାପାଳଙ୍କ ମାଧ୍ୟମରେ ଆବେଦନ କରିବେ। ତେବେ ପୂର୍ବରୁ ଭୁବନେଶ୍ୱରରେ ଏୟାର ଆମ୍ବୁଲାନ୍ସ ସୁବିଧା ରହିଥିଲା। ଅନେକ ରୋଗୀଙ୍କୁ ସୁବିଧା ଯୋଗାଇ ଦିଆଯାଇଛି। ଏବେ ପ୍ରଥମ ପର୍ଯ୍ୟାୟରେ ୪ ଜିଲାକୁ ସାମିଲ କରାଯିବାର ଅଛି। ଆଗକୁ ସମସ୍ତ ଜିଲାରେ ଏହି ସୁବିଧା ଲାଗୁ କରାଯିବ। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶା ପାଇଁ ଏହା ଏକ ଗୌରବ କଥା ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ସୂଚନା କହିଛନ୍ତି।
ଏହି ପରିପ୍ରେକ୍ଷୀରେ ରାଜ୍ୟର ଡାକ୍ତର ଅଭାବ ଥିବା ଅଭିଯୋଗକୁ ନେଇ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆଗାମୀ ୨ ବର୍ଷରେ ଡାକ୍ତର ସଂଖ୍ୟାରେ ଓଡ଼ିଶା ବଳକା ହୋଇଯିବ। ରାଜ୍ୟରେ ପୂର୍ବରୁ ୩ ମେଡିକାଲ କଲେଜ ରହିଥିଲା। ଏବେ ୭ଟି ମେଡିକାଲ କଲେଜ ହୋଇସାରିଛି। ଆଉ ୭ଟି ପ୍ରକ୍ରିୟାରେ ରହିଛି। ମେଡିକାଲ କଲେଜ ହୋଇଥିବାରୁ ଡାକ୍ତର ସଂଖ୍ୟା ମଧ୍ୟ ଅଧିକ ହୋଇଯିବ ବୋଲି ନବ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri