ଭୁବନେଶ୍ୱର,୨୩।୭: ୱାର୍ଲଡ ଟ୍ରେଡ୍ ସେଣ୍ଟର (ଡବ୍ଲ୍ୟୁଟିସି) ଭୁବନେଶ୍ୱର ପକ୍ଷରୁ ଆୟୋଜିତ ବିଶ୍ୱ ବାଣିଜ୍ୟ ଦିବସ ଏବଂ ବାର୍ଷିକ ସଦସ୍ୟ ସମ୍ମିଳନୀ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ବୈଦେଶିକ ବାଣିଜ୍ୟ ମହାନିର୍ଦେଶାଳୟ ନୂଆଦିଲ୍ଲୀର ମହାନିର୍ଦ୍ଦେଶକ ସନ୍ତୋଷ ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ୨୦୩୦ ସୁଦ୍ଧା ଭାରତ ୨ଟ୍ରିଲିୟନ୍ ଡଲାର ରପ୍ତାନି ଲକ୍ଷ୍ୟ ରଖିଥିବାବେଳେ ସାମଗ୍ରୀ ଓ ସେବା କ୍ଷେତ୍ରରେ ୧ଟ୍ରିଲିୟନ ଡଲାର ରପ୍ତାନି କରିବାକୁ ଲକ୍ଷ୍ୟ ରଖିଛି। ଏପରିକି ବର୍ତ୍ତମାନ ଆମର ରପ୍ତାନି ୪୫୦ ବିଲିୟନ ଡଲାର ରହିଛି। ସେହିଭଳି ଓଡ଼ିଶା ସରକାରଙ୍କ ଏମ୍ଏସ୍ଏମ୍ଇ ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର କହିଛନ୍ତି, ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା ଭୁବନେଶ୍ୱର ବିମାନବନ୍ଦରରୁ ଏୟାର କାର୍ଗୋ ସେବା ଆରମ୍ଭ ହୋଇଯିବ,ଯାହାକି ରାଜ୍ୟର ରପ୍ତାନିକାରୀମାନଙ୍କୁ ଅନ୍ତର୍ଜାତୀୟ ବଜାରରେ ଉନ୍ନତି କରିବା ପାଇଁ ଆବଶ୍ୟକ ପ୍ରୋସତ୍ାହନ ଯୋଗାଇବ। ବିଶେଷକରି ଏୟାର କାର୍ଗୋ ସେବା ଆରମ୍ଭ କରିବା ଲାଗି ବିମାନବନ୍ଦରରେ ଭିତ୍ତିଭୂମି ବିକାଶ କାର୍ଯ୍ୟ ଜୋର୍ସୋରରେ ଆଗେଇ ଚାଲିଛି। ଖୁବ୍ଶୀଘ୍ର ଏହା ଶେଷ ହେବ ବୋଲି ଅନୁମାନ ମଧ୍ୟ କରାଯାଉଛି। ଏହାପରେ ବ୍ୟୁରୋ ଅଫ୍ ସିଭିଲ ଆଭିଏଶନର ଅଧିକାରୀମାନେ ଉକ୍ତ ଅଞ୍ଚଳ ଗସ୍ତକରି ବିକାଶର ଅନୁଧ୍ୟାନ କରିବେ। ରାଜ୍ୟ ରପ୍ତାନି ନୀତିର ବିଭିନ୍ନ ଦିଗ ଉପରେ ବିସ୍ତୃତ ଭାବେ ଆଲୋକପାତ କରିବା ସହ ରପ୍ତାନିକାରୀଙ୍କ ପ୍ରକ୍ରିୟାକୁ ସରଳ କରିବା ପାଇଁ ନିଆଯାଇଥିବା ଡିଜିଟାଲ ପଦକ୍ଷେପ ସମ୍ପର୍କରେ ମିଶ୍ର ବିସ୍ତୃତ ଆଲୋଚନା କରିଥିଲେ। ସେହିପରି ଇଣ୍ଡୋ-ଅଷ୍ଟ୍ରେଲିଆନ୍ ଚାମ୍ବର ଅଫ୍ କମର୍ସର ସିଇଓ ମିସ୍ ପେଟୁଲା ଥୋମାସ୍ ମୁଖ୍ୟବକ୍ତା ଭାବେ ଯୋଗଦେଇ କହିଥିଲେ, ଓଡ଼ିଶାର ଶିଳ୍ପ ସହ ଯୋଡ଼ିହୋଇ ଆମେ ବେଶ୍ ଉତ୍ସାହିତ ଅଛୁ। ଏପରିକି ଏହା ଆମ ପାଇଁ ଏକ ବୃହତ୍ ସୁଯୋଗ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ସହ ଆମେ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛୁ। ଅପରପକ୍ଷରେ ଡବ୍ଲ୍ୟୁଟିସି ମୁମ୍ବାଇର ଅଧ୍ୟକ୍ଷ ଡ. ବିଜୟ କାଲାବୀ କହିଛନ୍ତି, ଭାରତ ୧ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବାକୁ ଚାହୁଁଥିବାରୁ ଏହି ସ୍ବପ୍ନକୁ ସାକାର କରିବା ପାଇଁ ଏମ୍ଏସ୍ଏମ୍ଇକୁ ରପ୍ତାନି କ୍ଷେତ୍ରରେ ପ୍ରମୁଖ ଭୂମିକା ତୁଲାଇବାକୁ ପଡ଼ିବ। ସେହିଭଳି ଡବ୍ଲ୍ୟୁଟିସି ଭୁବନେଶ୍ୱରର ଅଧ୍ୟକ୍ଷ କ୍ୟାପ୍ଟେନ୍ ସୋମେଶ ବାତ୍ରା କହିଛନ୍ତି, ସମସ୍ତ ହିତାଧିକାରୀ ଏବଂ ଓଡ଼ିଶା ସରକାରଙ୍କ ସହାୟତା ସହ ଆମେ ବୃହତ୍ କାର୍ଯ୍ୟାଳୟ ଏବଂ ପ୍ରଦର୍ଶନୀ କେନ୍ଦ୍ର ଓ ସମ୍ମିଳନୀ କେନ୍ଦ୍ର ସହିତ ଆହୁରି ବୃହତ୍ ଆକାରରେ ବୃଦ୍ଧି କରିପାରିବା। ଏହି ଲକ୍ଷ୍ୟ ପୂରଣ ଲାଗି ଆମ ଦଳ କଠିନ ପରିଶ୍ରମ କରୁଛି। ସେହିପରି ଡବ୍ଲ୍ୟୁଟିସି ଭୁବନେଶ୍ୱରର ଅବୈତନିକ ସଂଯୋଜକ ରାଜେନ୍ ପାଢ଼ୀ କହିଥିଲେ, ରପ୍ତାନି ଦୃଷ୍ଟିରୁ ଓଡ଼ିଶାର ଝାରସୁଗୁଡ଼ା ଭାରତର ସର୍ବଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା ମଧ୍ୟରେ ରହିଥିବା ବେଳେ ଓଡ଼ିଶାର ଏମ୍ଏସ୍ଏମ୍ଇମାନଙ୍କୁ ଅନ୍ତର୍ଜାତୀୟ ବଜାରରେ ପହଞ୍ଚିବାରେ ସାହାଯ୍ୟ କରିବା ଲାଗି ଓଡ଼ିଶା କ୍ଷୁଦ୍ରଶିଳ୍ପ ସଂଘ (ଓସିଆ) ସହ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

