Posted inଜାତୀୟ

ବାୟୁସେନାର ୮୯ତମ ପ୍ରତିଷ୍ଠା ଦିବସ: ପ୍ରଦର୍ଶିତ ହେବ ଲଢୁଆ ବିମାନ

ଲକ୍ଷ୍ନୌ,୮।୧୦:ଆଜି ହେଉଛି ଭାରତୀୟ ବାୟୁସେନାର ୮୯ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଉତ୍ତରପ୍ରଦେଶ ହିଣ୍ଡନ ଏୟାରବେସ୍‌ରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବାୟୁସେନାର ବିଭିନ୍ନ ବିମାନ ପକ୍ଷରୁ ସାମରିକ କୌଶଳ ପ୍ରଦର୍ଶନ କରାଯିବା ସହ ଲଢୁଆ ବିମାନ ମଧ୍ୟ ପ୍ରଦର୍ଶିତ ହେବ। ବାୟୁସେନା ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାୟୁ ଯୋଦ୍ଧା ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଜି ସ୍ବଦେଶୀ ବିମାନ ତେଜ ସମେତ ଫ୍ରାନ୍ସରୁ ଆସିଥିବା ରାଫାଲ ଆକାଶରେ ନିଜର ଶକ୍ତି ପ୍ରଦର୍ଶନ କରିବେ। ଏଥର ପ୍ରତିଷ୍ଠା ଦିବସର ବିଷୟବସ୍ତୁ ଆତ୍ମନିର୍ଭରଶୀଳ ଏବଂ ସକ୍ଷମ ଅଟେ। ଭାରତ-ପାକ ଯୁଦ୍ଧର ପଚାଶ ବର୍ଷ ସମାପ୍ତ ହେବାପରେ ବାୟୁସେନା କର୍ମଚାରୀମାନେ ସେମାନଙ୍କର ବୀରତ୍ୱର ଏକ ବିଶେଷ ପ୍ରଦର୍ଶନ କରିବେ।
ସୂଚନାଯୋଗ୍ୟ, ୧୯୩୨ ମସିହା ଆଜିର ଦିନରେ ଭାରତୀୟ ବାୟୁସେନା ସ୍ଥାପନ କରାଯାଇଥିଲା। ଏହା ପରଠାରୁ ଭାରତୀୟ ବାୟୁସେନା ଦେଶପାଇଁ ଅନେକ ସେବା କରି ଆସୁଛି। ସ୍ବାଧୀନତା ପରେ ଭାରତୀୟ ବାୟୁସେନା ଚାଇନା ଓ ପାକିସ୍ତାନ ସହ ଯୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛି। ଭାରତୀୟ ସୀମାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ବାୟୁସେନାର ଉଦ୍ୟମ ପ୍ରଶଂସନୀୟ। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଭାରତୀୟ ବାୟୁସେନା ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri