ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ ଏୟାରଫୋର୍ସ ଯବାନ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୦ା୧୧(ସତ୍ୟଜିତ ରାଉତ):ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିବା ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଏୟାରଫୋର୍ସର ଜଣେ ଯବାନଙ୍କୁ ବୁଧବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ନୟାଗଡ଼ ଜିଲା ଇଟାମାଟି ଅଞ୍ଚଳର ଗୋଲକ ବିହାରୀ ଦୀକ୍ଷିତ। ସେ ଲଦାଖରେ ଏୟାରଫୋର୍ସର ଗ୍ରାଉଣ୍ଡ୍‌ ଷ୍ଟାଫ୍‌ ଭାବେ କାମ କରନ୍ତି। ଅଭିଯୁକ୍ତ ଗୋଲକଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ପୋଲିସ ସୂଚନା ଅନୁଯାୟୀ, ବଡ଼ଗଡ଼ ଥାନା ଅଞ୍ଚଳରେ ରହୁଥିବା ପୀଡ଼ିତା ଯୁବତୀ ଜଣକ ୧୫ଦିନ ତଳେ ଏ ସମ୍ପର୍କରେ ଏତଲା ଦେଇଥିଲେ। ପୋଲିସ ବିଏନ୍‌ଏସ୍‌ର ବିଭିନ୍ନ ଦଫାରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଗୋଲକ କିଛିବର୍ଷ ହେବ ପୀଡ଼ିତାଙ୍କ ସହ ପ୍ରେମ ସମ୍ପର୍କରେ ଥିଲେ। ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବିଭିନ୍ନ ସମୟରେ ଶାରୀରିକ ସମ୍ପର୍କ ରଖିଥିଲେ। ଏପରିକି ପୀଡ଼ିତାଙ୍କୁ ଫସାଇ ସେ ଭୁବନେଶ୍ୱରର ବିଭିନ୍ନ ହୋଟେଲରେ ରାତି ବିତାଇଥିଲେ। ତେବେ କିଛିମାସ ତଳେ ପୀଡିତା ଜଣକ ବିବାହ କରିବାକୁ କହିବାରୁ ଗୋଲକ ଏହାକୁ ଏଡାଇ ଦେଇଥିଲେ। ପୀଡିତାଙ୍କ ସହ ସେ ସବୁ ସମ୍ପର୍କ ଛିନ୍ନ କରି ଦେଇଥିଲେ। ଗୋଲକ ଅନ୍ୟଜଣେ ଯୁବତୀଙ୍କୁ ପ୍ରେମ କରୁଥିବା ଜାଣିବା ପରେ ପୀଡିତ ଯୁବତୀ ଏନେଇ ଗୋଲକଙ୍କୁ ପଚାରିବାରୁ ବିବାଦ ଦେଖାଦେଇଥିଲା। ଗୋଲକ ତାଙ୍କୁ ଧମକ ଚମକ ଦେଇଥିଲେ। ଅନ୍ୟ ଉପାୟ ନ ପାଇ ଯୁବତୀ ଜଣକ ଥାନାର ଦ୍ୱାରସ୍ଥ ହୋଇଥିଲେ। ତେବେ ଗୋଲକ କିଛିଦିନ ହେବ ଛୁଟିରେ ଓଡ଼ିଶା ଆସିଥିଲେ। ମୋବାଇଲ ଲୋକେଶନ୍‌ ଟ୍ରାକିଂରୁ ସେ ଭୁବନେଶ୍ୱରରେ ଥିବା ଜଣାପଡିଥିଲା। ଏପରିକି ସେ ଲଦାଖ ଯିବାକୁ ପ୍ରସ୍ତୁତି ଚଳାଇଥିଲେ। ପୋଲିସ ଟିମ୍‌ ତାଙ୍କୁ ମାର୍କେଟ ବିଲ୍ଡିଂ ଅଞ୍ଚଳରୁ କାବୁ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ନବବିବାହିତାଙ୍କୁ ନିର୍ଯାତନା, ଦିବ୍ୟାଙ୍ଗ ବାପାଙ୍କୁ ମାଡ଼

ବଳଙ୍ଗା,୨୦ା୧(କେଦାରେଶ୍ୱର ନନ୍ଦ): ଅଧିକ ଯୌତୁକ ଦାବିରେ ବଳଙ୍ଗା ଥାନା ଅଧୀନ ସମେଇପୁର ଗ୍ରାମରେ ଜଣେ ନବବିବାହିତାଙ୍କୁ ନିର୍ଯାତନା ଦିଆଯିବା ସହ ତାଙ୍କ ଦିବ୍ୟାଙ୍ଗ ବାପାକୁ ମାଡ଼...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ପ୍ରତିଶ୍ରୁତିରୁ ଓହରିଲା କମ୍ପାନୀ, ଗ୍ରାମବାସୀଙ୍କ ହୋହଲ୍ଲା, ଲୋକଙ୍କୁ ବୁଝାଇ ବିଡିଓ କହିଲେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ କୋଦଗାଡିଆଠାରେ ଥିବା ବସୁଧା ଯୋଜନାର ପ୍ରକଳ୍ପ ନିର୍ମାଣ ସମୟରେ ଅନୁଷ୍ଠିତ ପଲ୍ଲୀସଭାରେ ଦେଇଥିବା ପ୍ରତିଶ୍ରୁତିରୁ କମ୍ପାନୀ ଓହରିଯିବାରୁ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

ନବୀନଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ: ପ୍ରଥମ ବର୍ଷ ସାମ୍ନା କରିବେ….

ନୂଆଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସବୁଠାରୁ ଯୁବ ଜାତୀୟ ସଭାପତି ଭାବରେ ନୀତିନ ନବୀନଙ୍କୁ ନିର୍ବାଚିତ କରି ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri