ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ ଏୟାରଫୋର୍ସ ଯବାନ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୦ା୧୧(ସତ୍ୟଜିତ ରାଉତ):ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିବା ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଏୟାରଫୋର୍ସର ଜଣେ ଯବାନଙ୍କୁ ବୁଧବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ନୟାଗଡ଼ ଜିଲା ଇଟାମାଟି ଅଞ୍ଚଳର ଗୋଲକ ବିହାରୀ ଦୀକ୍ଷିତ। ସେ ଲଦାଖରେ ଏୟାରଫୋର୍ସର ଗ୍ରାଉଣ୍ଡ୍‌ ଷ୍ଟାଫ୍‌ ଭାବେ କାମ କରନ୍ତି। ଅଭିଯୁକ୍ତ ଗୋଲକଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ପୋଲିସ ସୂଚନା ଅନୁଯାୟୀ, ବଡ଼ଗଡ଼ ଥାନା ଅଞ୍ଚଳରେ ରହୁଥିବା ପୀଡ଼ିତା ଯୁବତୀ ଜଣକ ୧୫ଦିନ ତଳେ ଏ ସମ୍ପର୍କରେ ଏତଲା ଦେଇଥିଲେ। ପୋଲିସ ବିଏନ୍‌ଏସ୍‌ର ବିଭିନ୍ନ ଦଫାରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଗୋଲକ କିଛିବର୍ଷ ହେବ ପୀଡ଼ିତାଙ୍କ ସହ ପ୍ରେମ ସମ୍ପର୍କରେ ଥିଲେ। ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବିଭିନ୍ନ ସମୟରେ ଶାରୀରିକ ସମ୍ପର୍କ ରଖିଥିଲେ। ଏପରିକି ପୀଡ଼ିତାଙ୍କୁ ଫସାଇ ସେ ଭୁବନେଶ୍ୱରର ବିଭିନ୍ନ ହୋଟେଲରେ ରାତି ବିତାଇଥିଲେ। ତେବେ କିଛିମାସ ତଳେ ପୀଡିତା ଜଣକ ବିବାହ କରିବାକୁ କହିବାରୁ ଗୋଲକ ଏହାକୁ ଏଡାଇ ଦେଇଥିଲେ। ପୀଡିତାଙ୍କ ସହ ସେ ସବୁ ସମ୍ପର୍କ ଛିନ୍ନ କରି ଦେଇଥିଲେ। ଗୋଲକ ଅନ୍ୟଜଣେ ଯୁବତୀଙ୍କୁ ପ୍ରେମ କରୁଥିବା ଜାଣିବା ପରେ ପୀଡିତ ଯୁବତୀ ଏନେଇ ଗୋଲକଙ୍କୁ ପଚାରିବାରୁ ବିବାଦ ଦେଖାଦେଇଥିଲା। ଗୋଲକ ତାଙ୍କୁ ଧମକ ଚମକ ଦେଇଥିଲେ। ଅନ୍ୟ ଉପାୟ ନ ପାଇ ଯୁବତୀ ଜଣକ ଥାନାର ଦ୍ୱାରସ୍ଥ ହୋଇଥିଲେ। ତେବେ ଗୋଲକ କିଛିଦିନ ହେବ ଛୁଟିରେ ଓଡ଼ିଶା ଆସିଥିଲେ। ମୋବାଇଲ ଲୋକେଶନ୍‌ ଟ୍ରାକିଂରୁ ସେ ଭୁବନେଶ୍ୱରରେ ଥିବା ଜଣାପଡିଥିଲା। ଏପରିକି ସେ ଲଦାଖ ଯିବାକୁ ପ୍ରସ୍ତୁତି ଚଳାଇଥିଲେ। ପୋଲିସ ଟିମ୍‌ ତାଙ୍କୁ ମାର୍କେଟ ବିଲ୍ଡିଂ ଅଞ୍ଚଳରୁ କାବୁ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri