କୋର୍ଟରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୩୧।୧୦(ସତ୍ୟଜିତ୍‌ ରାଉତ):ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାୟୁସେନା ଅଧିକାରୀ ଭୁବନେଶ୍ୱର ପୋକ୍‌ସୋ କୋର୍ଟରେ ସୋମବାର ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ଇଣ୍ଡିଆନ୍‌ ଏୟାରଫୋର୍ସର ଗ୍ରୁପ୍‌ କ୍ୟାପଟେନ୍‌ ଥିବା ବିଶାଖାପାଟଣାର କୋରିମିଲ୍ଲି ଭେଙ୍କଟ ଶ୍ରୀନିବାସ (୫୧)। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅଭିଯୁକ୍ତ ଶ୍ରୀନିବାସଙ୍କୁ ୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ନିଆଯାଇଛି। ତେବେ ଦୁଇଦିନ ମଧ୍ୟରେ ଶ୍ରୀନିବାସଙ୍କୁ ରିମାଣ୍ଡରେ ଆଣି ମାମଲା ବିଷୟରେ ଅଧିକ ତଥ୍ୟ ହାସଲ କରିବାକୁ ପୋଲିସ ପକ୍ଷରୁ ଯୋଜନା କରାଯାଉଥିବା ସୂଚନା ମିଳିଛି।
ଶ୍ରୀନିବାସଙ୍କ ବାପା ଭୁବନେଶ୍ୱରରେ ଚାକିରି କରିଥିଲେ। ପରବର୍ତ୍ତୀ ସମୟରେ ଶ୍ରୀନିବାସ ପୁରୁଣାଭୁବନେଶ୍ୱର ଅଞ୍ଚଳରେ ବିବାହ କରିଥିଲେ। ବିଭିନ୍ନ ସମୟରେ ସେ ଶ୍ୱଶୁର ଘରକୁ ବୁଲିବାକୁ ଆସନ୍ତି। ତାଙ୍କ ସ୍ତ୍ରୀଙ୍କ ସାଙ୍ଗର ସାନ ଝିଅଙ୍କୁ୍‌ ସେ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଗତ ଜୁନ ୨୩ରେ ରସୁଲଗଡ଼ ଅଞ୍ଚଳରେ ଏକ ପାରିବାରିକ ଉତ୍ସବ ହେଉଥିବାବେଳେ ୧୩ ବର୍ଷୀୟା ନାବାଳିକା ଜଣକ ସେଠାକୁ ଆସି ନ ଥିଲେ। ତେଣୁ ତାଙ୍କୁ ଆଣିବାକୁ ଶ୍ରୀନିବାସ ତାଙ୍କ ଘରକୁ ଯାଇଥିଲେ। ତେବେ ଘରେ ଏକାକୀ ଥିବା ନାବାଳିକାଙ୍କ ସମ୍ବେଦନଶୀଳ ଅଙ୍ଗକୁ ସ୍ପର୍ଶ କରି ସେଠାରେ ଶ୍ରୀନିବାସ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ବଡ଼ ଭଉଣୀ ଘରକୁ ଆସିବା ପରେ ନାବାଳିକା ଜଣକ ଏହି ଘଟଣା ବିଷୟରେ ଜଣାଇଥିଲେ। ନାବାଳିକାଙ୍କ ପରିବାର ପକ୍ଷରୁ ଏନେଇ ଜୁନ ୨୭ରେ ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ଜୁନ ୨୮ରେ ଆଇପିସି ଦଫା ୩୭୬(୩) ଓ ପୋକ୍‌ସୋ ଆକ୍ଟରେ ଏକ ମାମଲା (ନଂ.୨୬୧/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଟିମ୍‌ ପରବର୍ତ୍ତୀ ସମୟରେ ଶ୍ରୀନିବାସଙ୍କୁ ଗିରଫ କରିବାକୁ ଦୁଇଥର ଦିଲ୍ଲୀ ମଧ୍ୟ ଯାଇଥିଲା। ତେବେ ଏହି ମାମଲାରେ ଅଭିଯୁକ୍ତ ଶ୍ରୀନିବାସ ହାଇକୋର୍ଟ ଏବଂ ସୁପ୍ରିମକୋର୍ଟରେ ମଧ୍ୟ ଜାମିନ ଆବେଦନ କରିଥିଲେ। ହେଲେ ପରବର୍ତ୍ତୀ ସମୟରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?