କଲେଜ ଉପରେ ପଡ଼ିଲା ବାୟୁସେନା ବିମାନ: ଚାରିଆଡ଼େ ଧୂଆଁମୟ

ଢାକା,୨୧।୭: ବାଂଲାଦେଶ ବାୟୁସେନାର FT-7BGI ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ବିମାନଟି ଢାକାର ଏକ କଲେଜ କୋଠାରେ ପଡ଼ିଥିଲା। ଏହି ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ ହୋଇଛି, ଏହା ବ୍ୟତୀତ ଅନେକ ଛାତ୍ରଙ୍କ ମୃତ୍ୟୁ ଆଶଙ୍କା କରାଯାଉଛି। ଦୁର୍ଘଟଣା କିପରି ଘଟିଲା ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। କୁହାଯାଉଛି ଯେ ଦୁର୍ଘଟଣାଗ୍ରସ୍ତ ଲଢ଼ୁଆ ବିମାନଟି ବାଂଲାଦେଶରେ ଚାଇନା ଦ୍ୱାରା ନିର୍ମିିତ। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି।

ବାୟୁସେନାର FT-7BGI ଏକ ତାଲିମ ବିମାନ, ଇଣ୍ଟର ସର୍ଭିସେସ ପବ୍ଲିକ ରିଲେସନ୍ସ ଅନୁଯାୟୀ, ଲଢ଼ୁଆ ବିମାନଟି ଅପରାହ୍ନ ୧.୦୬ରେ ଉଡ଼ାଣ କରିଥିଲା ଏବଂ ଅପରାହ୍ନ ୧.୩୦ ସୁଦ୍ଧା ଏହା ଦୁର୍ଘଟଣାର ଶିକାର ହୋଇଥିଲା। ହଜରତ ଶାହଜାହାନ ଅନ୍ତର୍ଜାତୀୟ ବିମାନବନ୍ଦରର ଜଣେ ବରିଷ୍ଠ ଅଧିକାରୀ ଦୁର୍ଘଟଣାକୁ ନିଶ୍ଚିତ କରିଛନ୍ତି, ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଆସୁଛି, ଯଦିଓ ଦୁର୍ଘଟଣାର ଅନ୍ୟ ମୃତାହତ ଏବଂ ପୀଡିତଙ୍କ ବିଷୟରେ ଏପର୍ଯ୍ୟନ୍ତ କୌଣସି ସୂଚନା ଦିଆଯାଇ ନାହିଁ।

ବାଂଲାଦେଶ ବାୟୁସେନାର ଏହି ଲଢ଼ୁଆ ବିମାନ ଢାକାର ଉତ୍ତରରେ ଅବସ୍ଥିତ ମାଇଲଷ୍ଟୋନ କଲେଜ କ୍ୟାମ୍ପସରେ ଖସିପଡ଼ିଛି। କୁହାଯାଉଛି ଯେ ଦୁର୍ଘଟଣା ସମୟରେ ଛାତ୍ରମାନେ କଲେଜରେ ଉପସ୍ଥିତ ଥିଲେ, ତେଣୁ ବହୁ ସଂଖ୍ୟକ ଛାତ୍ର ଆହତ ହେବାର ଆଶଙ୍କା କରାଯାଉଛି। ଢାକା ଅଗ୍ନିଶମ ସେବା ଅନୁଯାୟୀ, ଘଟଣାସ୍ଥଳକୁ ଆଠଟି ଦମକଳ ଗାଡ଼ି ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?