ତୃତୀୟ ପର୍ଯ୍ୟାୟ ବାୟୁ ସ୍ବାସ୍ଥ୍ୟସେବା ଯୋଜନା

ଭବାନୀପାଟଣା,୧୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ତୃତୀୟ ପର୍ଯ୍ୟାୟ ମୁଖ୍ୟମନ୍ତ୍ରୀଙ୍କ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ଆରମ୍ଭ ହୋଇଛି। ତୃତୀୟ ପର୍ଯ୍ୟାୟରେ ୫ଜଣ ବିଶେଷଜ୍ଞ ଡାକ୍ତର ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ରୋଗୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଆସିଥିଲେ। ୩ ଦିନ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ୪୦୭ଜଣ ରୋଗୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଇଥିବା ବେଳେ ୧୫ଜଣ ରୋଗୀଙ୍କ ଅସ୍ତ୍ରୋପଚାର ବିନା ମୂଲ୍ୟରେ କରାଯାଇଛି। ପ୍ରତି ତିନି ଏହି ସେବା ଜିଲାବାସୀ ପାଇପାରିବେ ବୋଲି ପ୍ରକାଶ କରିଛନ୍ତି ଜିଲା ମୁଖ୍ୟ ଚିକିତ୍ସାଅଧିକାରୀ। ୩ଦିନ ଧରି ଜିଲା ମୁଖ୍ୟ ଚିକିତ୍ସାଳୟରେ ୟୁରୋଲୋଜିି, କାର୍ଡିଓଲୋଜିି, ଗ୍ୟାଷ୍ଟ୍ରୋଲୋଜି, ଏଣ୍ଡୋପ୍ରାନୋଲୋଜି, ସର୍ଜିରି ଆଦି ବିଶେଷଜ୍ଞ ଡାକ୍ତରମାନେ ରହି ଦାୟିତ୍ୱ ତୁଲାଇଥିଲେ। ଗତ ୧୩ ତାରିଖରେ ବିମାନ ଯୋଗେ କଳାହାଣ୍ଡି ଜିଲା ଉତ୍କେଲା ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ସେଠାରୁ କାର ଯୋଗେ ଆସି ଜିଲା ମୁଖ୍ୟ ଚିକିତ୍ସାଳୟରେ ୩ ଦିନ ଧରି ରୋଗୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପରାମର୍ଶ ଦେଇଛନ୍ତି। ଆସନ୍ତା ୩ ମାସ ପରେ ପୁଣି ଥରେ ଏହି ବିଶେଷଜ୍ଞ ଡାକ୍ତରମାନେ ଆସି ପୁଣି ଥରେ ନୂଆଁ ଓ ପୁରୁଣା ରୋଗୀଙ୍କ ଚିକିତ୍ସା କରିବେ ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ରଞ୍ଜନ ମିତ୍ର ପ୍ରକାଶ କରିଛନ୍ତି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଲରେ ଅନେକ ରୋଗୀ ବଡ଼ବଡ଼ ଡାକ୍ତରଖାନାକୁ ଯାଇପାରୁନାହାନ୍ତି। ଫଳରେ ଉଚ୍ଚ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚତ୍ତ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ଯୋଗୁ ରୋଗୀ ଅନେକ ଉପକୃତ ହୋଇପାରିଥିବା ସିଡିଏମଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri