ତୃତୀୟ ପର୍ଯ୍ୟାୟ ବାୟୁ ସ୍ବାସ୍ଥ୍ୟସେବା ଯୋଜନା

ଭବାନୀପାଟଣା,୧୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ତୃତୀୟ ପର୍ଯ୍ୟାୟ ମୁଖ୍ୟମନ୍ତ୍ରୀଙ୍କ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ଆରମ୍ଭ ହୋଇଛି। ତୃତୀୟ ପର୍ଯ୍ୟାୟରେ ୫ଜଣ ବିଶେଷଜ୍ଞ ଡାକ୍ତର ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ରୋଗୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଆସିଥିଲେ। ୩ ଦିନ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ୪୦୭ଜଣ ରୋଗୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଇଥିବା ବେଳେ ୧୫ଜଣ ରୋଗୀଙ୍କ ଅସ୍ତ୍ରୋପଚାର ବିନା ମୂଲ୍ୟରେ କରାଯାଇଛି। ପ୍ରତି ତିନି ଏହି ସେବା ଜିଲାବାସୀ ପାଇପାରିବେ ବୋଲି ପ୍ରକାଶ କରିଛନ୍ତି ଜିଲା ମୁଖ୍ୟ ଚିକିତ୍ସାଅଧିକାରୀ। ୩ଦିନ ଧରି ଜିଲା ମୁଖ୍ୟ ଚିକିତ୍ସାଳୟରେ ୟୁରୋଲୋଜିି, କାର୍ଡିଓଲୋଜିି, ଗ୍ୟାଷ୍ଟ୍ରୋଲୋଜି, ଏଣ୍ଡୋପ୍ରାନୋଲୋଜି, ସର୍ଜିରି ଆଦି ବିଶେଷଜ୍ଞ ଡାକ୍ତରମାନେ ରହି ଦାୟିତ୍ୱ ତୁଲାଇଥିଲେ। ଗତ ୧୩ ତାରିଖରେ ବିମାନ ଯୋଗେ କଳାହାଣ୍ଡି ଜିଲା ଉତ୍କେଲା ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ସେଠାରୁ କାର ଯୋଗେ ଆସି ଜିଲା ମୁଖ୍ୟ ଚିକିତ୍ସାଳୟରେ ୩ ଦିନ ଧରି ରୋଗୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପରାମର୍ଶ ଦେଇଛନ୍ତି। ଆସନ୍ତା ୩ ମାସ ପରେ ପୁଣି ଥରେ ଏହି ବିଶେଷଜ୍ଞ ଡାକ୍ତରମାନେ ଆସି ପୁଣି ଥରେ ନୂଆଁ ଓ ପୁରୁଣା ରୋଗୀଙ୍କ ଚିକିତ୍ସା କରିବେ ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ରଞ୍ଜନ ମିତ୍ର ପ୍ରକାଶ କରିଛନ୍ତି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଲରେ ଅନେକ ରୋଗୀ ବଡ଼ବଡ଼ ଡାକ୍ତରଖାନାକୁ ଯାଇପାରୁନାହାନ୍ତି। ଫଳରେ ଉଚ୍ଚ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚତ୍ତ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ଯୋଗୁ ରୋଗୀ ଅନେକ ଉପକୃତ ହୋଇପାରିଥିବା ସିଡିଏମଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri