Posted inଜାତୀୟ

ଭାରତରେ ପଡ଼ିଲା ଇସ୍ରାଏଲ୍‌-ହମାସ ଯୁଦ୍ଧର ପ୍ରଭାବ, ଫ୍ଲାଇଟ୍‌ ବାତିଲ୍‌ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ, ୦୨।୦୮: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଧିରେ ଧିରେ ତେଜିବାରେ ଲାଗିଛି । ହମାସ ଗ୍ରୁପ୍‌ର ସୁପ୍ରିମୋ ଇସ୍‌ମାଇଲ ହାନିଆଙ୍କ ହତ୍ୟା ପରେ ଚିହିଁକି ଉଠିଛି ହମାସ୍‌ । ସୁରକ୍ଷାକୁ ଦୃଷ୍ଟିରେ ରଖି ଏୟାର ଇଣ୍ଡିଆ ଦିଲ୍ଲୀରୁ ତେଲ ଅବିବ୍‌ ଉଡ଼ାଣ ଭରିବାକୁ ଥିବା ଫ୍ଲାଇଟ୍‌ଗୁଡ଼ିକୁ ବାତିଲ୍‌ କରିଛି । ଏହାକୁ ନେଇ ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି ଯେ ଦିଲ୍ଲୀରୁ ତେଲ ଅବିବ୍‌ ଯିବାକୁ ଥିବା ଏଆଇ ୧୩୯ ଫ୍ଲାଇଟ୍‌ ଏବଂ ତେଲ ଅବିବ୍‌ରୁ ଦିଲ୍ଲୀ ଆସିବାକୁ ଥିବା ଏଆଇ ୧୪୦ ଫ୍ଲାଇଟ୍‌ ବାତିଲ୍‌ କରିଦିଆଯାଇଛି ।

ମିଳିଥିବା ସୂଚନା ଅନୁସାରେ, ଏୟାର ଇଣ୍ଡିଆ ପରିଚାଳନାରେ ସମସ୍ୟା କରଣ ଦର୍ଶାଇ ତେଲ ଅବିବ୍‌ ଯିବାକୁ ଥିବା ଫ୍ଲାଇଟ୍‌ର ଉଡ଼ାଣକୁ ବାତିଲ୍‌ କରିଛି । ଏୟାର ଇଣ୍ଡିଆ ଏନେଇ କହିଛି ଯେ, ଇସ୍ରାଏଲ-ହମାସ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ସ୍ଥିତିକୁ ନଜରରେ ରଖି ସୁରକ୍ଷା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ପାଇଁ ସେଠାକୁ ଉଡ଼ାଣ ବାତିଲ୍‌ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri