Posted inଜାତୀୟ

ଏୟାର ଇଣ୍ଡିଆ ବିମାନରେ କ୍ୟାବିନ କ୍ର୍ୟୁଙ୍କୁ ଗାଳି ଘଟଣା, ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୬।୧୦: ଏୟାର ଇଣ୍ଡିଆ ବିମାନର କ୍ର୍ୟୁ ସଦସ୍ୟଙ୍କ ପ୍ରତି ଅଶାଳୀନ ବ୍ୟବହାର କରିବା ଓ ଅଶ୍ଳୀଳ ଭାଷା ବ୍ୟବହାର କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଦିଲ୍ଲୀ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଛି।

ଏହି ଘଟଣାରେ ଦାଖଲ ହୋଇଥିବା ଏଫଆଇଆର୍‌ ଅନୁଯାୟୀ ଇକନୋମି କ୍ଲାସ କ୍ୟାବିନରେ କାର୍ଯ୍ୟ କରୁଥିବା ଜଣେ କ୍ର୍ୟୁ ସଦସ୍ୟ କହିଛନ୍ତି ଯେ ଅଭିଯୁକ୍ତ ପ୍ରଥମେ ୨୧ବି ଏବଂ ପରେ ୪୫ଏଚରେ ବସିଥିଲେ। ଏହା ପରେ ସେ କର୍ମଚାରୀଙ୍କ ଉପରେ ଅଶ୍ଳୀଳ ମନ୍ତବ୍ୟ ଦେବା ଏବଂ ଅନ୍ୟ ଯାତ୍ରୀଙ୍କ ସହ ଦୁର୍ବବ୍ୟହାର କରିବା ଆରମ୍ଭ କରିଥିଲେ।
ତାଙ୍କୁ ପ୍ରଥମେ କ୍ୟାବିନ ସୁପରଭାଇଜରମାନେ ଚେତାବନୀ ଦେଇଥିଲେ, କିନ୍ତୁ ଯେତେବେଳେ ସେ ତାଙ୍କ କାର୍ଯ୍ୟରୁ ନିବୃତ୍ତ ନ ହେଲେ ତାଙ୍କୁ ଏକ ଲିଖିତ ଚେତାବନୀ ଦିଆଯାଇଥିଲା। ଏଫଆଇଆର୍‌ ଅନୁଯାୟୀ, ଯାତ୍ରୀ ଜଣକ ଅଭିଯୋଗକାରୀ ଏବଂ ଅନ୍ୟ ମହିଳା କ୍ର୍ୟୁ ସଦସ୍ୟଙ୍କ ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।
ଏଫଆଇଆରରେ ଦର୍ଶାଯାଇଛି, ସେ ବହୁତ ଉଚ୍ଚ ସ୍ବରରେ ଅତ୍ୟନ୍ତ ଅପମାନଜନକ ଭାଷା ବ୍ୟବହାର କରୁଥିଲେ, ଯାହା ତାଙ୍କ ଚାରିପାଖରେ ବସିଥିବା ଯାତ୍ରୀମାନଙ୍କୁ ଏବଂ ସେମାନଙ୍କ ପରିବାରକୁ ଭୟଭୀତ କରିଥିଲା। ସେ ଆମ ଦେଶ (ଭାରତ) ପ୍ରତି ମଧ୍ୟ ଅସମ୍ମାନ କଥା କହିଥିଲେ ଏବଂ ତାଙ୍କ ଆଚରଣ ଅତ୍ୟନ୍ତ ଆକ୍ରମଣାତ୍ମକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri