ମାଗଣା ଯାତ୍ରା ସୁବିଧା ବନ୍ଦ କଲା ଏୟାର ଇଣ୍ଡିଆ, ସରକାରୀ ବାବୁ ଏବେ କିଣିବେ ଟିକଟ…

ନୂଆଦିଲ୍ଲୀ,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ତୁରନ୍ତ ଏୟାର ଇଣ୍ଡିଆର ବକେୟା ଦେୟ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ବର୍ତ୍ତମାନ ଟିକେଟ କେବଳ ନଗଦ ଆକାରରେ କିଣିବାକୁ କୁହାଯାଇଛି। ଟାଟା ଗ୍ରୁପର ଏକ ଅଂଶ ହେବା ପରଠାରୁ ଏୟାର ଇଣ୍ଡିଆ କ୍ରେଡିଟ ସୁବିଧା ଉପରେ ପ୍ରତିବନ୍ଧକ ଲଗାଇଛି।

ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଏକ ମେମୋରେଣ୍ଡମ୍‌ରେ ଏସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ସରକାରଙ୍କ ଏହି ପଦକ୍ଷେପ ପରେ ଏୟାର ଇଣ୍ଡିଆରେ ମାଗଣାରେ ଯାତ୍ରା କରୁଥିବା ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ଏୟାର ଇଣ୍ଡିଆରେ ଯାତ୍ରା ପାଇଁ ଟଙ୍କା ଦେବାକୁ ପଡିବ। ସରକାରୀ ବାବୁ ଏବେ ଏୟାର ଇଣ୍ଡିଆରେ ବିମାନ ଯାତ୍ରା ଖର୍ଚ୍ଚ ନିଜେ ବହନ କରିବେ।

ପୂର୍ବରୁ ସରକାରୀ ଅଧିକାରୀଙ୍କ ଏୟାର ଇଣ୍ଡିଆ ଯାତ୍ରା ଖର୍ଚ୍ଚ ସରକାର ବହନ କରୁଥିଲେ। ୨୦୦୯ଠାରୁ ଏୟାର ଇଣ୍ଡିଆରେ ଏପରି ସୁବିଧା ଆରମ୍ଭ ହୋଇଥିଲା, ଯେଉଁଥିରେ ଘରୋଇ ତଥା ଆନ୍ତର୍ଜାତୀୟ ବିମାନ ଉଡ଼ାଣ କ୍ଷେତ୍ରରେ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅଧିକାରୀମାନେ ସରକାରୀ ଖର୍ଚ୍ଚରେ ଯାତ୍ରା କରିପାରିବେ। ପରେ ତାଙ୍କ ଦ୍ୱାରା ହୋଇଥିବା ବିମାନ ଯାତ୍ରା ଟିକେଟ ମୂଲ୍ୟ ଏୟାର ଇଣ୍ଡିଆକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିଲା।

ସୂଚନାଯୋଗ୍ୟ ଯେ ଗତ କିଛି ବର୍ଷ ଧରି ଏୟାର ଇଣ୍ଡିଆର ଭାରତ ସରକାରଙ୍କ ଉପରେ ବହୁତ ବକେୟା ରହିଛି।
କେନ୍ଦ୍ର ସରକାର ଏୟାର ଇଣ୍ଡିଆରୁ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ଏହା ଟାଟା ଗ୍ରୁପର। ଏଭଳି ପରିସ୍ଥିତିରେ ଏୟାର ଇଣ୍ଡିଆ ପକ୍ଷରୁ ବିମାନ ଟିକେଟ କିଣିବା ଉପରେ ବକେୟା ସୁବିଧା ବନ୍ଦ କରାଯାଇଛି। ଏହି ମେମୋରେଣ୍ଡମ୍‌ ଅନୁଯାୟୀ ମନ୍ତ୍ରଣାଳୟ କିମ୍ବା ବିଭାଗୀୟ ଅଧିକାରୀମାନେ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ କେବଳ ନଗଦ ମାଧ୍ୟମରେ ଏୟାର ଇଣ୍ଡିଆ ଟିକେଟ କିଣି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri