ମାଗଣା ଯାତ୍ରା ସୁବିଧା ବନ୍ଦ କଲା ଏୟାର ଇଣ୍ଡିଆ, ସରକାରୀ ବାବୁ ଏବେ କିଣିବେ ଟିକଟ…

ନୂଆଦିଲ୍ଲୀ,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ତୁରନ୍ତ ଏୟାର ଇଣ୍ଡିଆର ବକେୟା ଦେୟ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ବର୍ତ୍ତମାନ ଟିକେଟ କେବଳ ନଗଦ ଆକାରରେ କିଣିବାକୁ କୁହାଯାଇଛି। ଟାଟା ଗ୍ରୁପର ଏକ ଅଂଶ ହେବା ପରଠାରୁ ଏୟାର ଇଣ୍ଡିଆ କ୍ରେଡିଟ ସୁବିଧା ଉପରେ ପ୍ରତିବନ୍ଧକ ଲଗାଇଛି।

ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଏକ ମେମୋରେଣ୍ଡମ୍‌ରେ ଏସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ସରକାରଙ୍କ ଏହି ପଦକ୍ଷେପ ପରେ ଏୟାର ଇଣ୍ଡିଆରେ ମାଗଣାରେ ଯାତ୍ରା କରୁଥିବା ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ଏୟାର ଇଣ୍ଡିଆରେ ଯାତ୍ରା ପାଇଁ ଟଙ୍କା ଦେବାକୁ ପଡିବ। ସରକାରୀ ବାବୁ ଏବେ ଏୟାର ଇଣ୍ଡିଆରେ ବିମାନ ଯାତ୍ରା ଖର୍ଚ୍ଚ ନିଜେ ବହନ କରିବେ।

ପୂର୍ବରୁ ସରକାରୀ ଅଧିକାରୀଙ୍କ ଏୟାର ଇଣ୍ଡିଆ ଯାତ୍ରା ଖର୍ଚ୍ଚ ସରକାର ବହନ କରୁଥିଲେ। ୨୦୦୯ଠାରୁ ଏୟାର ଇଣ୍ଡିଆରେ ଏପରି ସୁବିଧା ଆରମ୍ଭ ହୋଇଥିଲା, ଯେଉଁଥିରେ ଘରୋଇ ତଥା ଆନ୍ତର୍ଜାତୀୟ ବିମାନ ଉଡ଼ାଣ କ୍ଷେତ୍ରରେ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅଧିକାରୀମାନେ ସରକାରୀ ଖର୍ଚ୍ଚରେ ଯାତ୍ରା କରିପାରିବେ। ପରେ ତାଙ୍କ ଦ୍ୱାରା ହୋଇଥିବା ବିମାନ ଯାତ୍ରା ଟିକେଟ ମୂଲ୍ୟ ଏୟାର ଇଣ୍ଡିଆକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିଲା।

ସୂଚନାଯୋଗ୍ୟ ଯେ ଗତ କିଛି ବର୍ଷ ଧରି ଏୟାର ଇଣ୍ଡିଆର ଭାରତ ସରକାରଙ୍କ ଉପରେ ବହୁତ ବକେୟା ରହିଛି।
କେନ୍ଦ୍ର ସରକାର ଏୟାର ଇଣ୍ଡିଆରୁ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ଏହା ଟାଟା ଗ୍ରୁପର। ଏଭଳି ପରିସ୍ଥିତିରେ ଏୟାର ଇଣ୍ଡିଆ ପକ୍ଷରୁ ବିମାନ ଟିକେଟ କିଣିବା ଉପରେ ବକେୟା ସୁବିଧା ବନ୍ଦ କରାଯାଇଛି। ଏହି ମେମୋରେଣ୍ଡମ୍‌ ଅନୁଯାୟୀ ମନ୍ତ୍ରଣାଳୟ କିମ୍ବା ବିଭାଗୀୟ ଅଧିକାରୀମାନେ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ କେବଳ ନଗଦ ମାଧ୍ୟମରେ ଏୟାର ଇଣ୍ଡିଆ ଟିକେଟ କିଣି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri