Posted inଜାତୀୟ

ଏୟାର ଇଣ୍ଡିଆ କର୍ମଚାରୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧୫।୪: ଏୟାର ଇଣ୍ଡିଆର କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। କରୋନା ସଙ୍କଟ ସମୟରେ କର୍ମଚାରୀଙ୍କ ବେତନରେ ଦିଆଯାଇଥିବା ରିହାତିକୁ ଆଂଶିକ ଭାବେ ପ୍ରତ୍ୟାହାର କରିବାକୁ କମ୍ପାନୀ ନିଷ୍ପତ୍ତି ନେଇଛି। ଦରମାକୁ ଆଂଶିକ ରୂପେ ପୁନଃସ୍ଥାପିତ କରିବାର ଏହି ନିଷ୍ପତ୍ତି ଚଳିତ ବର୍ଷ ଅର୍ଥାତ୍‌ ୨୦୨୨ ଏପ୍ରିଲ ୧ରୁ ଲାଗୁ ହେବ। ବେତନ ଫେରାଇବାର କାର୍ଯ୍ୟ ପର୍ଯ୍ୟାୟକ୍ରମେ କରାଯିବ ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି। ଏୟାର ଇଣ୍ଡିଆ ସର୍ବଶେଷରେ ଘୋଷଣା କରିଛି ଯେ, ଆଶା କରାଯାଉଛି ଏହି ମହାମାରୀର ପରବର୍ତ୍ତୀ ସମୟ ଆସିଯାଇଛି। ବିମାନ ଚଳାଚଳ କ୍ଷେତ୍ର ପୁଣିଥରେ ଉଡ଼ାଣ ଭରିବା ପାଇଁ ପ୍ରସ୍ତୁତ ଏବଂ ଆମର ପ୍ରଦର୍ଶନରେ ମଧ୍ୟ କିଛି ପରିବର୍ତ୍ତନ ଦେଖାଯାଉଛି। କର୍ମଚାରୀଙ୍କ ବେତନ ରିହାତି ସମୀକ୍ଷା କରାଯାଇଛି ଏବଂ ପୁନଃରୁଦ୍ଧାର କାର୍ଯ୍ୟ ପର୍ଯ୍ୟାୟକ୍ରମେ କରାଯିବ। ସେହିପରି ପାଇଲଟ ଏବଂ କ୍ୟାବିନ କ୍ର୍ୟୁଙ୍କ ପାଇଁ ଅନ୍ତର୍ଜାତୀୟ ଲେଓଭର ଆଲାଉନ୍ସ୍‌ ଏବଂ ଘରୋଇ ଲେଓଭର ଆଲାଉନ୍ସ୍‌ ଅପରିବର୍ତ୍ତିତ ରହିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ ୨ବର୍ଷ ହେଲା କରୋନା ମହାମାରୀ ଯୋଗୁ ଏୟାର ଇଣ୍ଡିଆ ପାଇଲଟଙ୍କ ଉଡ଼ାଣ ବେତନକୁ ୩୫ ପ୍ରତିଶତ ହ୍ରାସ କରାଯାଇଥିଲା। ବର୍ତ୍ତମାନ ଏହି ରିହାତି ୧୫ ପ୍ରତିଶତକୁ ହ୍ରାସ କରାଯାଇଛି। ଏତଦ୍‌ବ୍ୟତୀତ ଅନ୍ୟାନ୍ୟ ଭତ୍ତାରେ ଦିଆଯାଇଥିବା ରିହାତି ମଧ୍ୟ ହ୍ରାସ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?