ଘର ଖାଲି କରିବାକୁ ଏୟାର ଇଣ୍ଡିଆ କର୍ମଚାରୀଙ୍କୁ ନିର୍ଦ୍ଦେଶ, ହରତାଳ କରିବେ କର୍ମଚାରୀ…

ନୂଆଦିଲ୍ଲୀ,୧୪।୧୦: ଏୟାର ଇଣ୍ଡିଆର ନିଲାମ ପରେ ଏହାର କର୍ମଚାରୀଙ୍କ ଉପରେ ଏବେ ସଙ୍କଟ ଘନେଇବାରେ ଲାଗିଛି। ଏୟାର ଇଣ୍ଡିଆ ଟାଟା ସନ୍ସଙ୍କ ହାତକୁ ଯିବା ପରେ ବର୍ତ୍ତମାନ ଏୟାର ଇଣ୍ଡିଆର ୟୁନିଅନ ଧର୍ମଘଟ କରିବାକୁ ଯୋଜନା କରିଛି।

ଏୟାର ଇଣ୍ଡିଆର କର୍ମଚାରୀମାନଙ୍କ ୬ ମାସ ମଧ୍ୟରେ ଆବଣ୍ଟିତ ଘର ଖାଲି କରିବାକୁ କମ୍ପାନୀ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କର୍ମଚାରୀଙ୍କ ମଧ୍ୟରେ ଏହି ଆଦେଶ ବିରୁଦ୍ଧରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ୨୦୨୧ ନଭେମ୍ବର ୨ରୁ ହରତାଳ କରିବାକୁ ଏୟାର ଇଣ୍ଡିଆ ୟୁନିଅନ ମୁମ୍ବାଇର ଶ୍ରମ କମିଶନରଙ୍କୁ ସୂଚନା ଦେଇଛି।

ଗଣମାଧ୍ୟମ ରିପୋର୍ଟ ଅନୁସାରେ, ନିୟମ ଅନୁଯାୟୀ ଧର୍ମଘଟ କରିବା ପୂର୍ବରୁ ୟୁନିଅନକୁ ୨ ସପ୍ତାହ ନୋଟିସ ଦେବା ଆବଶ୍ୟକ। ଏୟାର ଇଣ୍ଡିଆ ମିଳିତ କାର୍ଯ୍ୟ କମିଟି ପକ୍ଷରୁ ମୁମ୍ବାଇର ଆଞ୍ଚଳିକ ଶ୍ରମ କମିଶନରଙ୍କୁ ଏହି ବିଜ୍ଞପ୍ତି ଦିଆଯାଇଛି।

ଅକ୍ଟୋବର ୫ରେ କର୍ମଚାରୀମାନଙ୍କୁ ଏକ ନୋଟିସ୍‌ ମିଳିଥିଲା। ନୋଟିସ୍‌ରେ ଉଲ୍ଲେଖ କରାଯାଇଥିଲା ଯେ, କର୍ମଚାରୀମାନେ ୨୦ ଅକ୍ଟୋବର ୨୦୨୧ ସୁଦ୍ଧା ଏୟାର ଇଣ୍ଡିଆର ଘରୋଇକରଣର ୬ ମାସ ମଧ୍ୟରେ ଘର ଖାଲି କରିବାକୁ ଲିଖିତ ଆକାରରେ ଦେବେ। ଏହା କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri