Posted inଜାତୀୟ

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଆସିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି ସାରି ଷ୍ଟାଣ୍ଡାର୍ଡ ସେଫ୍ଟି ପ୍ରୋଟୋକଲ ପାଇଁ ଦିଲ୍ଲୀ ଫେରି ଆସିଲା। ବିମାନରେ ୨୩୦ ଯାତ୍ରୀ ଥିବାବେବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି। ଏନେଇ ଦୁଃଖ ପ୍ରକାଶ କରିଛି ଏୟାର ଇଣ୍ଡିଆ। ଯାତ୍ରୀମାନଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା କରୁଥିବା ସୂଚନା ମିଳିଛି।

ଚାଇନା ଏୟାରସ୍ପେସ୍‌ରେ ଥିବା ସମୟରେ ତିନି ଘଣ୍ଟାରୁ ଅଧିକ ସମୟ ପାଇଁ ଉଡ଼ାଣ କରିବା ପରେ ବିମାନଟି ଦିଲ୍ଲୀ ଫେରିଆସିଥିଲା।
ଯାତ୍ରୀମାନଙ୍କୁ ହୋଇଥିବା ଅସୁବିଧା ପାଇଁ ଦୁଃଖ ପ୍ରକାଶ କରି, ଏୟାରଇଣ୍ଡିଆ କହିଛି ଯେ, ସେମାନଙ୍କୁ ଯଥାଶୀଘ୍ର ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ବିକଳ୍ପ ବ୍ୟବସ୍ଥା କରୁଛନ୍ତି।

ଯାତ୍ରୀମାନଙ୍କୁ ସମସ୍ତ ଆବଶ୍ୟକୀୟ ସହାୟତା ପ୍ରଦାନ କରୁଛନ୍ତି, ଯେଉଁଥିରେ ଜଳପାନ, ହୋଟେଲ ରହଣି କିମ୍ବା ଯାତ୍ରୀମାନେ ସେମାନଙ୍କ ଇଚ୍ଛା ଅନୁଯାୟୀ ସମସ୍ତ ବ୍ୟବସ୍ଥା କରାଯାଇଥିବା ଏୟାରଲାଇନ୍ସ କହିଛି।

ସୂଚନା ଥାଉକି, ଗତ ସପ୍ତାହରେ ମେ’ ୨୧ରେ, ବେଙ୍ଗାଲୁରୁରୁ ଦିଲ୍ଲୀ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିବା ପରେ ଇଞ୍ଜିନରେ ନିଆଁ ଲାଗିଥିଲା। ଏୟାର ଇଣ୍ଡିଆ ମେ’ ୨୧ରେ X ରେ ରିପୋର୍ଟ କରିଥିଲା, ବିମାନର ଦିଲ୍ଲୀ ଅଭିମୁଖେ ଯିବା ସମୟରେ, କକପିଟ୍ କ୍ରୁ ଇଞ୍ଜିନରେ ନିଆଁ ଲାଗିବାର ସିଗ୍‌ନାଲ ପାଇଥିଲେ। ପରେ ସିଗ୍‌ନାଲ ସତ୍ୟ ବୋଲି ନିଶ୍ଚିତ କରାଯାଇଥିଲା।  ବିମାନକୁ ଦିଲ୍ଲୀ ବିମାନବନ୍ଦରରେ ସୁରକ୍ଷିତ ଭାବରେ ଅବତରଣ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?