Posted inଜାତୀୟ

ବିମାନରେ ପରିସ୍ରା ମାମଲା: ୪ କ୍ୟାବିନ କ୍ରୁ, ଜଣେ ପାଇଲଟଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୭।୧: ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳା ସହଯାତ୍ରୀଙ୍କ ଉପରେ ପରିସ୍ରା କରିବା ମାମଲା ସାମ୍ନାକୁ ଆସିଥିଲା। ଏହି ଘଟଣାରେ ଏୟାର ଇଣ୍ଡିଆ ପକ୍ଷରୁ ୪ କ୍ୟାବିନ କ୍ରୁ ଏବଂ ଜଣେ ପାଇଲଟଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏଥିସହ ତୁରନ୍ତ ପ୍ରଭାବ ସହ ସେମାନଙ୍କୁ ରୋଷ୍ଟରରୁ ହଟାଇ ଦିଆଯାଇଛି।

ଏୟାର ଇଣ୍ଡିଆ କହିଛି ଯେ, ଘଟଣା ପରଠାରୁ ଏହାର କର୍ମଚାରୀଙ୍କ ଭୂମିକା ଉପରେ ପ୍ରଶ୍ନ ଉଠାଯାଉଛି। ଏଣୁ ଘଟଣାର କଡ଼ା ଯାଞ୍ଚ କରାଯିବ। ଏପରିକି କମ୍ପାନୀ ଏହି ଘଟଣାକୁ ନେଇ ବହୁତ ଚିନ୍ତିତ।

ଅପରପକ୍ଷେ ମଦ୍ୟମାନ କରି ବୃଦ୍ଧାଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରଙ୍କୁ ବେଙ୍ଗାଲୁରୁରୁ ଦିଲ୍ଲୀ ପୋଲିସ ଗିରଫ କରିଛି। ଶୁକ୍ରବାର ରାତିରେ ତାଙ୍କୁ ଦିଲ୍ଲୀ ଅଣାଯିବା ପରେ ଶନିବାର କୋର୍ଟରେ ହାଜର କରାଯିବ ବୋଲି ଜଣାପଡ଼ିଛି।

ପ୍ରକାଶ ଯେ,ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନର ବିଜିନେସ କ୍ଲାସରେ ଯାତ୍ରା କରୁଥିଲେ ଶଙ୍କର। ସେ ମଦ୍ୟମାନ କରି ଜଣେ ବୃଦ୍ଧା ମହିଳାଙ୍କ ଉପରେ ପରିସ୍ରା କରିଦେଇଥିଲେ। ଏହି ଘଟଣାକୁ ନେଇ ଡିଜିସିଏ ପକ୍ଷରୁ ଏୟାର ଇଣ୍ଡିଆକୁ ନୋଟିସ କରାଯାଇଥିଲା। ପ୍ରଥମେ ତାଙ୍କ ଉପରେ ୩୦ ଦିନର ବ୍ୟାନ୍‌ ଲଗାଯାଇଥିଲା। ଏଥିସହ ଦିଲ୍ଲୀର ପାଲମ ପୋଲିସ ଷ୍ଟେଶନରେ ମାମଲା ରୁଜୁ କରାଯାଇଥିଲା। ଘଟଣା ତୁମ୍ବିତୋଫାନକୁ ଦେଖି ଶଙ୍କର ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri