Posted inଜାତୀୟ

ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଲାଗି ଆମେରିକାରୁ ଆସିଲା ସ୍ବତନ୍ତ୍ର ବିମାନ; ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ, ୧।୧୦: ଭାରତର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସ୍ବତନ୍ତ୍ର ଭାବେ ନିର୍ମିତ ବି୭୭୭ ବିମାନ ଗୁରୁବାର ଆମେରିକାରୁ ଆସି ଦିଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଛି। ଏହି ବିମାନ ପାଇଁ ଭାରତ ୨୦୧୮ରେ ବିମାନ ନିର୍ମାତା ବୋଇଙ୍ଗ କମ୍ପାନୀ ସହ ଡିଲ୍‌ କରିଥିଲା। ବୋଇଙ୍ଗ ପକ୍ଷରୁ ଗତ ଅଗଷ୍ଟରେ ଏୟାର ଇଣ୍ଡିଆକୁ ଏହି ସ୍ବତନ୍ତ୍ର ବିମାନ ହସ୍ତାନ୍ତର କରିବାର ଥିଲା। କିନ୍ତୁ କିଛି ଟେକ୍‌ନିକାଲ୍‌ କାରଣ ଯୋଗୁ ଏଥିରେ ବିଳମ୍ବ ହୋଇଥିଲା।
କଷ୍ଟମାଇଜ୍‌ କରିବାର କାର୍ଯ୍ୟ ଆମେରିକାରେ କରାଯାଇଥିଲା। ସୁରକ୍ଷାକୁ ଦୃଷ୍ଟିରେ ରଖି ଏଥିରେ ପରିବର୍ତ୍ତନ କରାଯାଇଛି। ଭାରତ ଗ୍ରହଣ କରିଥିବା ଏହି ବିମାନର ନାମ ‘ଏୟାର ଇଣ୍ଡିଆ ଓ୍ବାନ’ ରଖାଯାଇଛି। ବାୟୂସେନାର ଜଣେ ଅଧିକାରୀ କହିଛନ୍ତି, ଏୟାର ଇଣ୍ଡିଆର ନୁହେଁ ବରଂ ଭାରତୀୟ ବାୟୂସେନାର ପାଇଲଟ୍‌ ଏହି ବିମାନ ଉଡ଼ାଇବେ। ବର୍ତ୍ତମାନ ଭାରତର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ବି୭୪୭ ବିମାନ ଦ୍ୱାରା ବିଭିନ୍ନ ସ୍ଥାନକୁ ଯାତ୍ରା କରୁଛନ୍ତି।
ବିମାନକୁ ସୁରକ୍ଷା ଉପକରଣ ସହିତ ସଜ୍ଜାଯାଇଛି। ଯାହା ସବୁଠାରୁ ବଡ଼ ଆକ୍ରମଣକୁ ରୋକିପାରିବ। ଏହି ବିମାନ ଉପରେ କ୍ଷେପଣାସ୍ତ୍ର ଆକ୍ରମଣର କୌଣସି ପ୍ରଭାବ ପଡ଼ିବ ନାହିଁ। ଏହା ଆକ୍ରମଣ କରିବାକୁ ମଧ୍ୟ ସକ୍ଷମ। ଏହି ବିମାନର ସାମ୍ନା ଭାଗରେ ଏକ ଇଡବ୍ଲ୍ୟୁ ଜାମର ଲାଗିଛି, ଯାହା ଶତ୍ରୁର ରାଡାର ସଙ୍କେତକୁ ଅବରୋଧ କରିଥାଏ। ଫଳରେ କ୍ଷେପଣାସ୍ତ୍ର ଲକ୍ଷ୍ୟ ହରାଇଥାଏ। କେବଳ ଏତିକି ନୁହେଁ, ଏଥିରେ ଆଧୁନିକ ଏବଂ ସୁରକ୍ଷିତ ଉପଗ୍ରହ ସାଟେଲାଇଟ୍‌ ପ୍ରଣାଳୀ ସହିତ ସଜ୍ଜିତ ହୋଇଛି। ଯାହା ଫଳରେ ଦୁନିଆର ଯେକୌଣସି କୋଣରେ ଥାଇ ମଧ୍ୟ ଭିଭିଆଇପି ଅତ୍ୟନ୍ତ ନିରାପଦ ସହ ବାର୍ତ୍ତାଳପ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri