Posted inଜାତୀୟ

ଭାରତ ପହଞ୍ଚିବ ‘ଏୟାର ଇଣ୍ଡିଆ ୱାନ୍‌’

ନୂଆଦିଲ୍ଲୀ,୧ ।୧୦: ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ପାଇଁ ଆମେରିକାରୁ ଆସୁଥିବା ସ୍ୱତନ୍ତ୍ର ବିମାନ ଏୟାର ଇଣ୍ଡିଆ ୱାନ ଗୁରୁବାର ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବ ବୋଲି କୁହାଯାଉଛି । ସରକାରୀ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି ବିଶ୍ୱର ସବୁଠାରୁ ବଡ ଗଣତନ୍ତ୍ର ଦେଶର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ପାଇଁ କ୍ରୟ କରାଯାଇଥିବା ବୋଇଂ ୭୭୭-୩୦୦ଇଆର୍ ବିମାନ ଏବେ ସମ୍ପୂର୍ଣ୍ଣ ରୂପେ ନିର୍ମାଣ ସରିଛି । ଆମେରିକା ରାଷ୍ଟ୍ରପତିଙ୍କ ବିମାନରେ ଯେଉଁ ସୁବିଧା ରହିଛି ମୋଦିଙ୍କ ଏହି ସ୍ୱତନ୍ତ୍ର ବିମାନରେ ସେସବୁ ସୁବିଧା ରହିଛି ବୋଲି କୁହାଯାଉଛି । ଧଳା ରଙ୍ଗର ଏହି ବିମାନରେ ଇଂରାଜି ଓ ହିନ୍ଦୀରେ ଭାରତ ବୋଲି ଲେଖାଯାଇଛି । ଆମେରିକା ରାଷ୍ଟ୍ରପତିଙ୍କ ବିମାନ ଏୟାର ଫୋର୍ସ ୱାନ ପରି ଏଥିରେ କ୍ଷେପଣାସ୍ତ୍ରରେ ଆକ୍ରମଣ ସମ୍ଭବ ନୁହେଁ ବୋଲି ଜଣାପଡିଛି । ଏଥିରେ ଲାଗିଥିବା ଇଲୋକ୍ଟ୍ରୋନିକ୍ସ ୱାର ଫେୟାର ଶତ୍ରୁଙ୍କ ଜିପିଏସ୍ ଓ ଡ୍ରୋନ୍ ସିଗନାଲକୁ ବ୍ଳକ କରିବାରେ ସାହାଯ୍ୟ କରିବ । ଏହି ବିମାନର ଆଧୁନିକ ଟେକନିକ୍ ଇନଫ୍ରାରେଡ କ୍ଷେପଣାସ୍ତ୍ରଠାରୁ ନିଜକୁ ବଞ୍ଚାଇ ପାରିବ । ଏହା ଆକାଶରେ ଇନ୍ଧନ ଭରିବା ସହ ଗୋଟିଏ ଥର ଇନ୍ଧନ ଭରିଲେ ପାଖାପାଖି ୧୭ ଘଣ୍ଟା ପର୍ଯ୍ୟନ୍ତ ଉଡିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri