Posted inଜାତୀୟ

ପୁଣି ବିମାନରେ ମହିଳାଙ୍କୁ ଦୁର୍ବ୍ୟବହାର: ପୂର୍ବରୁ ଶରୀରରେ ଏବେ କମ୍ବଳ ଉପରେ ପରିସ୍ରା

ନୂଆଦିଲ୍ଲୀ ୫।୧: ନ୍ୟୁୟର୍କରୁ ଦିଲ୍ଲୀ ଆସୁଥିବା ଏୟାର୍‌ ଇଣ୍ଡିଆ ବିମାନରେ ବୟସ୍କ ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିବା ଘଟଣାର ୧୦ ଦିନ ପରେ ଆଉ ଏକ ସମାନ ଘଟଣା ସାମ୍ନାକୁ ଆସିଛି। ନଭେମ୍ବର ୨୬ରେ ଘଟିଥିବା ସମାନ ଘଟଣା ଡିସେମ୍ବର ୬ରେ ପ୍ୟାରିସ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଘଟିଛି। ବିମାନରେ ଜଣେ ଯୁବକ ନିଶାସକ୍ତ ଅବସ୍ଥାରେ ଥାଇ ଆଉ ଜଣେ ମହିଳା ଯାତ୍ରୀଙ୍କ କମ୍ବଳରେ ପରିସ୍ରା କରିଥିଲେ। ତେବେ ଏହାର ସୂଚନା ବିମାନର ପାଇଲଟ ଇନ୍ଦିରା ଗାନ୍ଧୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟର ଏୟାର୍‌ ଟ୍ରାଫିକ୍‌ କଣ୍ଟ୍ରୋଲ୍‌କୁ ସୂଚନା ଦେଇଥିଲେ। ବିମାନ ଅବତରଣ ପରେ ଏୟାରପୋର୍ଟର କର୍ତ୍ତୃପକ୍ଷ ଯୁବକଙ୍କୁ ଅଟକ ରଖିଥିଲେ। ସମ୍ପୃକ୍ତ ଯୁବକ ଜଣକ ଲିଖିତ ଭାବେ କ୍ଷମା ମାଗିବା ପରେ ତାଙ୍କୁ ଛାଡ଼ି ଦିଆଯାଇଥିଲା। ଏୟାର ଇଣ୍ଡିଆ ବିମାନରେ ମହିଳାଙ୍କ ଉପରେ ପରିସ୍ରା କରିଥିବା ପ୍ରଥମ ଘଟଣାର ଅଭିଯୁକ୍ତଙ୍କୁ ଧରିବା ପାଇଁ ଦିଲ୍ଲୀ ପୋଲିସର ଟିମ୍‌ ଗୁରୁବାର ମୁମ୍ବାଇରେ ପହଞ୍ଚିଥିବା ବେଳେ ଅଭିଯୁକ୍ତ ଫେରାର୍‌ ଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ଉକ୍ତ ଘଟଣା ନେଇ ଗୁରୁବାର ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଏୟାର ଇଣ୍ଡିଆକୁ ନିନ୍ଦା କରିବା ସହ ଏକ ନୋଟିସ୍‌ ଜାରି କରିଛନ୍ତି। ଦୁଇ ସପ୍ତାହ ମଧ୍ୟରେ ଘଟଣା ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ନୋଟିସ୍‌ରେ ଉଲ୍ଲେଖ କରାଯାଇଛି। ମହିଳାଜଣକ ଏନେଇ ଏୟାର ଇଣ୍ଡିଆ ନିକଟରେ ଅଭିଯୋଗ କରିବା ପରେ ବୁଧବାର ଦିଲ୍ଲୀ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri