୨୧୯ ଭାରତୀୟଙ୍କୁ ନେଇ ରୋମାନିୟାରୁ ଭାରତ ବାହାରିଲା ପ୍ରଥମ ବିମାନ

ନୂଆଦିଲ୍ଲୀ,୨୬ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଭିତରେ ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କ ମଧ୍ୟରୁ ରୋମାନିୟା ଚାଲିଆସିଥିବା ୨୧୯ ଭାରତୀୟଙ୍କୁ ନେଇ ଏୟାର ଇଣ୍ଡିଆର ପ୍ରଥମ ବିମାନ ମୁମ୍ବାଇ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ଶନିବାର ସକାଳେ ବିମାନଟି ରୋମାନିୟାରେ ପହଞ୍ଚି ଭାରତୀୟଙ୍କୁ ଧରି ଫେରୁଥିବା ବେଳେ ଏହା ସନ୍ଧ୍ୟା ୩ଟାରୁ ୪ଟା ମଧ୍ୟରେ ମୁମ୍ବାଇରେ ପହଞ୍ଚିବ ବୋଲି କୁହାଯାଉଛି । ତେବେ ଭାରତୀୟଙ୍କୁ ଉଦ୍ଧାର କରିବା ପାଇଁ ଆମ ଟିମ ୨୪ ଘଣ୍ଟା କାର୍ଯ୍ୟ କରୁଥିବା କହିଛନ୍ତି ବୈଦେଶିକ ମନ୍ତ୍ରୀ ଡ. ଏସ୍ ଜୟଶଙ୍କର । ସେ କହିଛନ୍ତି ମୁଁ ବ୍ୟକ୍ତିଗତ ଭାବେ ଏହା ଉପରେ ନଜର ରଖିଛି । ତେବେ ଉଦ୍ଧାର ହୋଇଥିବା ଭାରତୀୟମାନେ ମୁମ୍ବାଇର ଛତ୍ରପତି ଶିବାଜୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନଙ୍କ ପାଇଁ ଏକ ବିଶେଷ କରିଡର ବ୍ଲକ କରି ଦିଆଯାଇଛି । ସେଠାରେ ସେମାନେ କରୋନା ନେଗେଟିଭ ଓ କରୋନା ଟିକାକରଣ ସାର୍ଟିଫିକେଟ ପ୍ରସ୍ତୁତ କରିବେ । ଯଦି କୌଣସି ଯାତ୍ରୀଙ୍କ ନିକଟରେ କରୋନା ଟିକାକରଣ ବା ଆରଟିପିସିଆର ଟେଷ୍ଟ ରିପୋର୍ଟ ନ ଥିବ ତେବେ ଏୟାରପୋର୍ଟ ପ୍ରଶାସନର ଖର୍ଚ୍ଚରେ ଏହା ପ୍ରସ୍ତୁତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri