ବନ୍ଦେ ଭାରତରୁ ଏୟାର ଇଣ୍ଡିଆକୁ ୨୫୫୬ କୋଟି ରାଜସ୍ବ

ନୂଆଦିଲ୍ଲୀ,୧୭।୯: ଲକ୍‌ଡାଉନରେ ବିଦେଶରେ ଫସିଥିବା ଭାରତୀୟଙ୍କୁ ଫେରାଇ ଆଣିବା ଲାଗି କେନ୍ଦ୍ର ସରକାର ଆରମ୍ଭ କରିଥିବା ‘ବନ୍ଦେ ଭାରତ ମିଶନ’ରେ ଏୟାର ଇଣ୍ଡିଆ ବିମାନ ସେବା ଯୋଗାଣ କରିଥିଲା। ଏହାଦ୍ୱାରା ଏୟାର ଇଣ୍ଡିଆକୁ ଅଗଷ୍ଟ ୩୧ ସୁଦ୍ଧା ୨,୫୫୬ କୋଟି ଟଙ୍କାର ରାଜସ୍ବ ମିଳିଥିବା ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ବୁଧବାର ସୂଚନା ଦେଇଛନ୍ତି। କରୋନା ମହାମାରୀ ପାଇଁ ଅନ୍ତର୍ଜାତୀୟ ସେବା ଯୋଗାଣ କରୁଥିବା ନିୟମିତ ଫ୍ଲାଇଟ ବାତିଲ କରାଯାଇଛି। ହେଲେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ଲାଗି କେନ୍ଦ୍ର ସରକାର ମେ ୬ରେ ବନ୍ଦେ ଭାରତ ଯୋଜନାରେ ସ୍ବତନ୍ତ୍ର ବିମାନ ସେବା ଆରମ୍ଭ କରିଥିଲେ। ଅଗଷ୍ଟ ୩୧ ସୁଦ୍ଧା ୧୧ ଲକ୍ଷ ଭାରତୀୟଙ୍କୁ ବିଦେଶରୁ ଫେରାଇ ଅଣାଯାଇଛି। ଏୟାର ଇଣ୍ଡିଆ ୪ ଲକ୍ଷ ଯାତ୍ରୀଙ୍କୁ ଏହି ସମୟରେ ସେବା ଯୋଗାଇ ଦେଇଛି। ସେହିଭଳି ଏୟାର ଇଣ୍ଡିଆ ଗ୍ରୁପ୍‌ ୧.୯ ଲକ୍ଷ ବିଦେଶୀ ନାଗରିକଙ୍କୁ ଭାରତରୁ ବିଦେଶକୁ ସେବା ଯୋଗାଇଦେଇଥିବା ପୁରୀ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri