Posted inଜାତୀୟ

ଦିଲ୍ଲୀ ପହଞ୍ଚିଲା ୟୁକ୍ରେନରୁ ଆସିଥିବା ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ, ଯାତ୍ରୀଙ୍କୁ ସ୍ୱାଗତ କଲେ ସିନ୍ଧିଆ

ନୂଆଦିଲ୍ଲୀ,୨୭ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଭିତରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ରହିଛି । ରବିବାର ଭୋର ପ୍ରାୟ ୨ଟା ୪୫ରେ ରୋମାନିଆର ବୁକାରେଷ୍ଟରୁ ବାହାରି ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ ନୂଆଦିଲ୍ଲୀରେ ପହଞ୍ଚିଛି । ବିମାନଟି ପହଞ୍ଚିବା ପରେ ଏଥିରେ ଥିବା ୨୫୦ ଭାରତୀୟଙ୍କୁ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ସ୍ୱାଗତ ଜଣାଇଛନ୍ତି । ତେବେ ବିମାନଟି ଲ୍ୟାଣ୍ଡ କରିବା ପରେ ନିଜେ ସିନ୍ଧିଆ ବିମାନ ମଧ୍ୟକୁ ଯାଇ ଯାତ୍ରୀଙ୍କୁ ଗୋଲାପ ଫୁଲ ଦେଇ ସ୍ୱାଗତ କରିଥିଲେ । ଏହାସହ ସେ କହିଥିଲେ ୟୁକ୍ରେନରେ ଫସିଥିବା ସମସ୍ତ ଭାରତୀୟଙ୍କୁ ଜଣ ଜଣ କରି ସେ ସ୍ୱଦେଶ ଫରାଇ ଆଣିବାର ଗ୍ୟାରେଣ୍ଟି ଦେଉଛନ୍ତି । ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ଓ ରୁଷିଆ ରାଷ୍ଟ୍ରପତିଙ୍କ ସହ କଥା ବି ହୋଇଛନ୍ତି । ଯେପର୍ଯ୍ୟନ୍ତ ୟୁକ୍ରେନରେ ଫସି ରହିଥିବା ପ୍ରତିଟି ଭାରତୀୟ ସ୍ୱଦେଶ ଫେରି ନାହାନ୍ତି ସେପର୍ଯ୍ୟନ୍ତ ମାଦି ସରକାର ଆଶ୍ୱସ୍ତ ହେବେ ନାହିଁ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ୟୁକ୍ରେନରେ ଯୁଦ୍ଧ ଯୋଗୁ ଫସି ରହିଥିବା ଭାରତୀୟମାନେ ବସ ଯୋଗେ ହଙ୍ଗେରୀ ଓ ରୋମାନିଆ ଆସିବା ପରେ ସେମାନଙ୍କୁ ଏୟର ଇଣ୍ଡିଆର ସ୍ୱତନ୍ତ୍ର ବିମାନ ଯୋଗେ ସ୍ୱଦେଶ ଆଣିବାର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri