Posted inଜାତୀୟ

ଏୟାର ଇଣ୍ଡିଆ କମ୍ପାନୀ ଉପରେ ଲାଗିଲା ୩୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୨୦।୧: ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରିବା ଅଭିଯୋଗରେ ଡିଡିସିଏ ଏୟାର ଇଣ୍ଡିଆ କମ୍ପାନୀ ଉପରେ ୩୦ ଲକ୍ଷ ଟଙ୍କା ଜରିମାନା ଲଗାଇଛି। ଏଥିସହ ସଠିକ୍‌ କର୍ତ୍ତବ୍ୟ ପାଳନ ବିଫଳ ଯୋଗୁ ବିମାନର ପାଇଲଟ-ଇନ-କମାଣ୍ଡର ଲାଇସେନ୍ସକୁ ୩ ମାସ ପାଇଁ ସ୍ଥଗିତ ରଖାଯାଇଛି। ଏଥିସହ ଏୟାର ଇଣ୍ଡିଆର ବିମାନ ସେବା ନିର୍ଦ୍ଦେଶକଙ୍କ ଉପରେ ୩ ଲକ୍ଷ ଟଙ୍କା ଜରିମାନା ଲାଗୁ କରାଯାଇଛି।
ସୂଚନାଯୋଗ୍ୟ, ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ଶଙ୍କର ମିଶ୍ରା ନାମକ ଜଣେ ବ୍ୟକ୍ତି ପରିସ୍ରା କରିଥିବା କରିଥିବା ଅଭିଯୋଗ ହୋଇଥିଲା। ଗତ ୬ ତାରିଖରେ ଅଭିଯୁକ୍ତ ମିଶ୍ରାଙ୍କୁ ବେଙ୍ଗାଲୁରୁରୁ ଗିରଫ କରାଯାଇଥିଲା। ଜାମିନ ଖାରଜ ହୋଇଯିବା ପରେ ଏବେ ସେ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ମହିଳା ଯାତ୍ରୀଙ୍କ ଅଭିଯୋଗ କ୍ରମେ ଦିଲ୍ଲୀ ପୋଲିସ ଜାନୁୟାରୀ ୪ରେ ଅଭିଯୁକ୍ତଙ୍କ ବିରୋଧରେ ଆଇପିସିର ଧାରା ୩୫୪, ୫୦୯, ୫୧୦ ଏବଂ ଭାରତୀୟ ବିମାନ ଆଇନର ଧାରା ୨୩ରେ ମାମଲା ରୁଜୁ କରିଥିଲା। ମହିଳା ଜଣକ ନିଜେ ପରିସ୍ରା କରିଥିଲେ ବୋଲି ମିଶ୍ରା ଆଣିଥିବା ଅଭିଯୋଗକୁ ଅଦାଲତ ଖାରଜ କରିଦେଇଥିଲେ। ପରିସ୍ରା କରିବା ଅଭିଯୋଗ ପରେ ମିଶ୍ରାଙ୍କୁ ଆମେରିକା ଫାଇନାନ୍ସ ସର୍ଭିସ କମ୍ପାନୀ ଓ୍ବେଲ୍ସ ଫାର୍ଗୋ ଚାକିରିରୁ ବହିଷ୍କାର କରିଥିଲା। ଗୁରୁବାର ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ବ୍ୟାନ୍‌ ଲଗାଇଥିଲା। ସେ ୪ ମାସ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରିପାରିବେ ନାହିଁ। ୪ ମାସ ବ୍ୟାନ୍‌ ଲଗାଇବା ଏୟାର ଇଣ୍ଡିଆର ନିଷ୍ପତ୍ତି ଉପରେ ଡିଜିସିଏ ଅସହମତି ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri