Posted inଜାତୀୟ

ଏୟାର ଇଣ୍ଡିଆ କମ୍ପାନୀ ଉପରେ ଲାଗିଲା ୩୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୨୦।୧: ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରିବା ଅଭିଯୋଗରେ ଡିଡିସିଏ ଏୟାର ଇଣ୍ଡିଆ କମ୍ପାନୀ ଉପରେ ୩୦ ଲକ୍ଷ ଟଙ୍କା ଜରିମାନା ଲଗାଇଛି। ଏଥିସହ ସଠିକ୍‌ କର୍ତ୍ତବ୍ୟ ପାଳନ ବିଫଳ ଯୋଗୁ ବିମାନର ପାଇଲଟ-ଇନ-କମାଣ୍ଡର ଲାଇସେନ୍ସକୁ ୩ ମାସ ପାଇଁ ସ୍ଥଗିତ ରଖାଯାଇଛି। ଏଥିସହ ଏୟାର ଇଣ୍ଡିଆର ବିମାନ ସେବା ନିର୍ଦ୍ଦେଶକଙ୍କ ଉପରେ ୩ ଲକ୍ଷ ଟଙ୍କା ଜରିମାନା ଲାଗୁ କରାଯାଇଛି।
ସୂଚନାଯୋଗ୍ୟ, ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ଶଙ୍କର ମିଶ୍ରା ନାମକ ଜଣେ ବ୍ୟକ୍ତି ପରିସ୍ରା କରିଥିବା କରିଥିବା ଅଭିଯୋଗ ହୋଇଥିଲା। ଗତ ୬ ତାରିଖରେ ଅଭିଯୁକ୍ତ ମିଶ୍ରାଙ୍କୁ ବେଙ୍ଗାଲୁରୁରୁ ଗିରଫ କରାଯାଇଥିଲା। ଜାମିନ ଖାରଜ ହୋଇଯିବା ପରେ ଏବେ ସେ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ମହିଳା ଯାତ୍ରୀଙ୍କ ଅଭିଯୋଗ କ୍ରମେ ଦିଲ୍ଲୀ ପୋଲିସ ଜାନୁୟାରୀ ୪ରେ ଅଭିଯୁକ୍ତଙ୍କ ବିରୋଧରେ ଆଇପିସିର ଧାରା ୩୫୪, ୫୦୯, ୫୧୦ ଏବଂ ଭାରତୀୟ ବିମାନ ଆଇନର ଧାରା ୨୩ରେ ମାମଲା ରୁଜୁ କରିଥିଲା। ମହିଳା ଜଣକ ନିଜେ ପରିସ୍ରା କରିଥିଲେ ବୋଲି ମିଶ୍ରା ଆଣିଥିବା ଅଭିଯୋଗକୁ ଅଦାଲତ ଖାରଜ କରିଦେଇଥିଲେ। ପରିସ୍ରା କରିବା ଅଭିଯୋଗ ପରେ ମିଶ୍ରାଙ୍କୁ ଆମେରିକା ଫାଇନାନ୍ସ ସର୍ଭିସ କମ୍ପାନୀ ଓ୍ବେଲ୍ସ ଫାର୍ଗୋ ଚାକିରିରୁ ବହିଷ୍କାର କରିଥିଲା। ଗୁରୁବାର ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ବ୍ୟାନ୍‌ ଲଗାଇଥିଲା। ସେ ୪ ମାସ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରିପାରିବେ ନାହିଁ। ୪ ମାସ ବ୍ୟାନ୍‌ ଲଗାଇବା ଏୟାର ଇଣ୍ଡିଆର ନିଷ୍ପତ୍ତି ଉପରେ ଡିଜିସିଏ ଅସହମତି ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri