Posted inଜାତୀୟ

ଏୟାର ଇଣ୍ଡିଆରେ ମହିଳାଙ୍କ ଉପରେ ପରିସ୍ରା ମାମଲା: ଅଭିଯୁକ୍ତ ୧୪ ଦିନିଆ ନ୍ୟାୟିକ ହେପାଜତରେ…

ନୂଆଦିଲ୍ଲୀ,୭।୧ : ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳା ସହ-ଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଅଭିଯୋଗରେ ଅଭିଯୁକ୍ତ ଶଙ୍କର ମିଶ୍ରଙ୍କୁ ପଟିଆଲା ହାଉସ କୋର୍ଟ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇଛନ୍ତି।ଅଭିଯୁକ୍ତ ଗତ ବର୍ଷ ନଭେମ୍ବର ୨୬ ରେ ନ୍ୟୁୟର୍କରୁ ଦିଲ୍ଲୀ ଅଭିମୁଖେ ଆସୁଥିବା ଏୟାର ଇଣ୍ଡିଆ ବିମାନର ବ୍ୟବସାୟ ଶ୍ରେଣୀରେ ଜଣେ ବୃଦ୍ଧା ମହିଳାଙ୍କ ଉପରେ ନିଶାସକ୍ତ ଅବସ୍ଥାରେ ପରିସ୍ରା କରିଥିବା ଅଭିଯୋଗ ହୋଇଥିଲା। ଏହାପୂର୍ବରୁ ତଦନ୍ତ କରି ଦିଲ୍ଲୀ ପୋଲିସ ଜାଣିବାକୁ ପାଇଥିଲା ଯେ ଅଭିଯୁକ୍ତ ମିଶ୍ର ବେଙ୍ଗାଲୁରୁରେ ଅଛନ୍ତି, ଏହା ପରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଥିଲା।

ମହିଳା ଜଣକ ଏୟାର ଇଣ୍ଡିଆକୁ ଦେଇଥିବା ଅଭିଯୋଗ ଆଧାରରେ ଦିଲ୍ଲୀ ପୋଲିସ ଜାନୁଆରୀ ୪ ରେ ମିଶ୍ରଙ୍କ ବିରୋଧରେ ଏଫଆଇଆର ପଞ୍ଜୀକୃତ କରିଥିଲା। ଡେପୁଟି କମିଶନର (ବିମାନବନ୍ଦର) ରବି କୁମାର ସିଂ କହିଛନ୍ତି, ଦିଲ୍ଲୀ ପୋଲିସ ଟିମ ଆଇଜିଏ ମାମଲାରେ ଅଭିଯୁକ୍ତଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛନ୍ତି। ତାଙ୍କୁ ଦିଲ୍ଲୀ ଅଣାଯାଇଥିଲା ଏବଂ ଘଟଣାର ତଦନ୍ତ ଚାଲିଛି। ବାଙ୍ଗାଲୋର ପୋଲିସର ଜଣେ ଅଧିକାରୀ କହିଛନ୍ତି ଯେ ଅଭିଯୁକ୍ତ ବାଙ୍ଗାଲୋରର ସଞ୍ଜୟ ନାଗରସ୍ଥିତ ତାଙ୍କ ଭଉଣୀ ଘରେ ରହୁଥିଲେ ଏବଂ ତାଙ୍କୁ ଗିରଫ କରିବାରେ ବାଙ୍ଗାଲୋର ପୋଲିସ ଦିଲ୍ଲୀ ପୋଲିସକୁ ସାହାଯ୍ୟ କରିଥିଲା।

ଦିଲ୍ଲୀ ପୋଲିସ ଅଧିକାରୀ କହିଛନ୍ତି ଯେ ଜାନୁଆରୀ ୩ରେ ଅଭିଯୁକ୍ତ ତାଙ୍କ ମୋବାଇଲ ଫୋନ ବନ୍ଦ କରିଦେଇଥିଲେ ଏବଂ ତାଙ୍କର ଶେଷ ସ୍ଥାନ ବେଙ୍ଗାଲୁରୁ ବୋଲି ଚିହ୍ନଟ ହୋଇଥିଲା। ବାଙ୍ଗାଲୋରରେ ଯାତ୍ରା କରିବା ପାଇଁ ଟ୍ୟାକ୍ସି ନେଇଥିଲେ। ତାଙ୍କର ଭ୍ରମଣ ବିବରଣୀ ବାହାର କରାଯାଇଥିଲା ଏବଂ ସେ ତାଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପାଇଁ ଯେଉଁ ମାର୍ଗ ବ୍ୟବହାର କରିଥିଲେ ତାହା ଅନୁସନ୍ଧାନ କରାଯାଇଥିଲ। ସେ କହିଛନ୍ତି ଯେ ଶୁକ୍ରବାର ବିଳମ୍ବିତ ରାତିରେ ମୈସୁରରେ ତାଙ୍କ ବାସସ୍ଥାନର ସନ୍ଧାନ ମିଳିଥିଲା। ଦିଲ୍ଲୀ ପୋଲିସ ଦଳ ସେଠାରେ ପହଞ୍ଚିବା ବେଳକୁ ସେ ଟ୍ୟାକ୍ସିରୁ ଓହ୍ଲାଇ ଆସିଥିଲେ। ଟ୍ୟାକ୍ସି ଡ୍ରାଇଭରଙ୍କୁ ପଚରାଉଚରା ପରେ କିଛି ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri