ଘରୋଇକରଣ ନତୁବା ବନ୍ଦ ହେବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ, ୧୬।୯ : ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଲାଗି ସରକାରଙ୍କ ସାମ୍ନାରେ ୨ଟି ବିକଳ୍ପ ରହିଛି। ଏହି ବିମାନ କମ୍ପାନୀକୁ ସରକାର ଘରୋଇକରଣ କରିବେ ନ ହେଲେ ସମ୍ପୂର୍ଣ୍ଣ ବନ୍ଦ କରିଦେବେ। କମ୍ପାନୀ ଉପରେ ବର୍ତ୍ତମାନ ବୃହତ୍‌ ପରିମାଣର ଋଣ ଭାର ରହିଛି। ଏହାକୁ ଧ୍ୟାନରେ ରଖି ସରକାର ୨ଟି ବିକଳ୍ପ ମଧ୍ୟରୁ କୌଣସି ଗୋଟିଏକୁ ଗ୍ରହଣ କରିବେ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ମଙ୍ଗଳବାର ସୂଚନା ଦେଇଛନ୍ତି।
ରାଜ୍ୟ ସଭାରେ ଏୟାରକ୍ରାଫ୍ଟ ସଂଶୋଧନ ବିଲ୍‌ ପାସ୍‌ ହେବା ଆଗରୁ ପୁରୀ କମ୍ପାନୀର ଘରୋଇକରଣକୁ ନେଇ କହିଛନ୍ତି ଯେ, ସରକାର ଯଦି ସହାୟତା ଦେବେ ଏୟାର ଇଣ୍ଡିଆ ଚାଲିପାରିବ। ମାତ୍ର ବିମାନ କମ୍ପାନୀ ବର୍ତ୍ତମାନ ୬୦ ହଜାର କୋଟି ଋଣ ଭାର ସହ ଚାଲୁଛି, ଯାହକୁ ବହନ କରିବା କଷ୍ଟକର ବ୍ୟାପାର। ଏଣୁ ଏହାର ଘରୋଇକରଣ ଏବଂ ବନ୍ଦ ଭଳି ୨ଟି ବିକଳ୍ପ ସରକାରଙ୍କ ସାମ୍ନାରେ ରହିଛି। ଏୟାର ଇଣ୍ଡିଆକୁ ନୂଆ ପରିଚାଳନା ସଂସ୍ଥା ମିଳିବା ସହ ଘରୋଇକରଣ ନେଇ ଆଶାବାଦୀ ରହିଥିବା ପୁରୀ ମତ ରଖିଛନ୍ତି।
ସୂଚନାଯୋଗ୍ୟ, ଏୟାର ଇଣ୍ଡିଆର ଘରୋଇକରଣ ଲାଗି ସରକାରୀ ପ୍ରକ୍ରିୟା ଜାରି ରହିଛି। ବିମାନ କମ୍ପାନୀକୁ ସମ୍ପୂର୍ଣ୍ଣ ବନ୍ଦ ନ କରି ଏହାକୁ ଘରୋଇକରଣ କରାଯିବା ଉପରେ ସରକାର ଫୋକସ କରିଛନ୍ତି। ଏ ନେଇ ପ୍ରକ୍ରିୟା ଜାରି ରହିଛି। ଏକ ଯୋଗ୍ୟ ବିଡର ସନ୍ଧାନରେ ସରକାର ରହିଥିବା ଜଣାପଡିଛି। ଅପରପକ୍ଷରେ ରାଜ୍ୟ ସଭା ଏୟାରକ୍ରାଫ୍ଟ ସଂଶୋଧନ ବିଲ୍‌ ୨୦୨୦କୁ ପାସ୍‌ ହୋଇଛି। ଚଳିତ ବର୍ଷ ମାର୍ଚ୍ଚରେ ଲୋକସଭା ଏହି ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରିଥିଲା। ଏହାଦ୍ୱାରା ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ), ବେସାମରିକ ବିମାନ ଚଳାଚଳ ନିରାପତ୍ତା ବ୍ୟୁରୋ(ବିସିଏଏସ୍‌), ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ(ଏଏଆଇବି) ଭଳି ଏଜେନ୍ସିଗୁଡିକ ବୈଧାନିକ ସଂସ୍ଥା ଭାବେ ରୂପାନ୍ତରିତ କରାଯିବାର ଯୋଜନା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri