ଆଉ ୩୭୦ ବିମାନ କିଣିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨:ଟାଟା ଗ୍ରୁପ୍‌ ଦ୍ୱାରା ପରିଚାଳିତ ଦେଶର ପ୍ରମୁଖ ବିମାନ ସେବା ପ୍ରଦାନକାରୀ ସଂସ୍ଥା ଏୟାର ଇଣ୍ଡିଆ ଗୁରୁବାର ଏକ ବାଣିଜି୍ୟକ ଅର୍ଡର ସମ୍ପର୍କରେ ଘୋଷଣା କରିଛି। ଏପରିକି କମ୍ପାନୀ ବର୍ତ୍ତମାନ ଆଉ ୩୭୦ ବେସାମରିକ ବିମାନ ଜେଟ୍‌ କିଣିବାକୁ ଚାହୁଁଛି। ନିକଟରେ କମ୍ପାନୀ ଆମେରିକା ଓ ଫ୍ରାନ୍ସ ସହ ଚୁକ୍ତି କରି ୪୭୦ ବିମାନ କିଣି ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଇତିହାସ ରଚିଛି। ଏପରିକି କମ୍ପାନୀ ବର୍ତ୍ତମାନ ଆଉ ୩୭୦ ଜେଟ୍‌ କିଣିବାକୁ ଚାହୁଁଛି। ଆସନ୍ତା ୧୦ ବର୍ଷ ମଧ୍ୟରେ ପର୍ଯ୍ୟାୟ କ୍ରମେ ୩୭୦ ଜେଟ୍‌ ବିମାନ କିଣାଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏ ନେଇ ଏୟାରଲାଇନ୍‌ ବାଣିଜି୍ୟକ ଓ ପରିବର୍ତ୍ତନ ଅଧିକାରୀ ନିପୁଣ ଅଗରୱାଲ ବିସ୍ତୃତ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ମଙ୍ଗଳବାର ଟାଟା ପକ୍ଷରୁ ୪୭୦ବିମାନ କିଣିବା ନେଇ ଘୋଷଣା କରାଯାଇଥିଲା। ସେଥିମଧ୍ୟରୁ ଫ୍ରାନ୍ସର ଏୟାରବସ୍‌ ସହ ଚୁକ୍ତି କରି ୨୫୦ ବିମାନ ଓ ଆମେରିକାର ବୋଇଂ ସହ ଚୁକ୍ତି ୨୨୦ଟି ବିମାନ କିଣିବାକୁ ଘୋଷଣା କରିଥିଲା। ବର୍ତ୍ତମାନ ସମୟରେ ଟାଟା ମୋଟ ୮୪୦ ବିମାନ କିଣିବା ନେଇ ସ୍ଥିର ହୋଇଛି। ଏ ନେଇ ନିପୁଣ ନିଜ ଲିଙ୍କଡିନରେ ସୂଚନା ଦେଇ କହିଛନ୍ତି, ଆସନ୍ତା ୧୦ ବର୍ଷ ଭିତରେ ୪୭୦ ବଡ଼ ବିମାନ ସହ ୩୭୦ ଅତିରିକ୍ତ ବିମାନ ଏୟାର ବସ୍‌ ଓ ବୋଇଂଠାରୁ କିଣାଯିବା। ସେଥିମଧ୍ୟରୁ ୨୧୦ଟି ଏ୩୨୦,୩୨୧ନିଓ-ଏକ୍ସଏଲଆର ବିମାନ ଓ ୪୦ଟି ଏ୩୫୦-୯୦୦- ୧୦୦୦ କିଣାଯିବ। ବୋଇଂ ଫାର୍ମକୁ ୧୯୦ଟି ବି୭୩୭ମାକ୍ସ, ୨୦ଟି ବି୭୮୭ଏସ୍‌ ଏବଂ ୧୦ ଟି ବି୭୭୭ଏସ୍‌ କିଣିବାକୁ ଅର୍ଡର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri