୫୦% ଭତ୍ତା କାଟିବ ଏୟାର ଇଣ୍ଡିଆ

ନୂଆଦିଲ୍ଳୀ,୨୪।୭: ଅନ୍ୟ ବିମାନ କମ୍ପାନୀଙ୍କ ଭଳି ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ଏହାର କର୍ମଚାରୀଙ୍କୁ ଛଟେଇ କରିବ ନାହିଁ। କମ୍ପାନୀ ପକ୍ଷରୁ ଗୁରୁବାର ଏ ନେଇ ସ୍ପଷ୍ଟ କରାଯାଇଛି। ଅପରପକ୍ଷରେ କର୍ମଚାରୀଙ୍କ ଭତ୍ତା ୫୦% ହ୍ରାସ ହେବ ବୋଲି ଏହା ଟୁଇଟ ଯୋଗେ ସୂଚନା ଦେଇଛି। କରୋନା ପାଇଁ ସାରା ବିଶ୍ୱରେ ବିମାନ ଚଳାଚଳ ଶିଳ୍ପ କ୍ଷତିଗ୍ରସ୍ତ ହୋଇଛି। ଦେଶର ପ୍ରମୁଖ ବିମାନ ସେବା ଯୋଗାଣକାରୀ କମ୍ପାନୀ ଇଣ୍ଡିଗୋ ଏହାର ୧୦% କର୍ମଚାରୀଙ୍କୁ ଛଟେଇ କରିବ ବୋଲି ଘୋଷଣା କରିଛି। ଏଭଳି ସ୍ଥିତିରେ ଏହାର ଇଣ୍ଡିଆ ଏହାର ଆଭିମୁଖ୍ୟ ସ୍ପଷ୍ଟ କରିଛି। କମ୍ପାନୀ କେବଳ ଭତ୍ତାରେ କାଟ କରିବ କୌଣସି କର୍ମଚାରୀଙ୍କୁ ଚାକିରି ହଇାଇବାକୁ ପଡିବ ନାହିଁ। କର୍ମଚାରୀଙ୍କ ବାବଦ ହେଉଥିବା ଖର୍ଚ୍ଚକୁ କାଟ କରିବା ଲାଗି ଗୁରୁବାର ସନ୍ଧ୍ୟାରେ ଏକ ବୈଠକ ଅନୁଷ୍ଠିତ ହେବା ସହ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କାର ଅବମୂଲ୍ୟାୟନକୁ ନେଇ ଷ୍ଟକ୍‌ ବଜାର ଅସ୍ଥିର

ମୁମ୍ବାଇ,୧୯।୫: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଏବେ ଭୂ-ରାଜନୈତିକ ସ୍ତରରେ ବିବାଦ ଲାଗି ରହିଥିଲାବେଳେ ଅନ୍ତର୍ଜାତୀୟ ବଜାରରେ ତୈଳଦର ମଧ୍ୟ ବୃଦ୍ଧି ପାଇ ଚାଲିଛି। ଏହାକୁ ନେଇ…

ପେଟ୍ରୋଲ-ଡିଜେଲ ଦର ପୁଣି ବୃଦ୍ଧି, ପାଞ୍ଚ ଦିନରେ ଦ୍ବିତୀୟ ଥର ପାଇଁ ବଢ଼ିଲା

ନୂଆଦିଲ୍ଲୀ,୧୯।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି ଥରେ ବୃଦ୍ଧି ଘଟିଛି । ଏହା ଗତ ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୂଲ୍ୟ ବୃଦ୍ଧି…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

SBI କର୍ମଚାରୀଙ୍କ ବଡ଼ ଷ୍ଟ୍ରାଇକ୍‌! ଦେଶବ୍ୟାପୀ ଦୁଇଦିନ ପାଇଁ ଠପ୍‌ ପଡିଯିବ ବ୍ୟାଙ୍କ ସେବା, ଜାଣନ୍ତୁ କେବେ?

ନୂଆଦିଲ୍ଲୀ,୧୫।୫: ଦେଶର ସର୍ୱବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ରେ କାର୍ଯ୍ୟରତ କର୍ମଚାରୀମାନେ ସେମାନଙ୍କର ଦାବି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଅଲ…

ପେଟ୍ରୋଲ ପରେ ବଢିଯିବ କି ଗ୍ୟାସ ସିଲିଣ୍ଡରର ଦାମ୍‌? ଏବେ ସିଲିଣ୍ଡର ବୁକ କରିବାକୁ କେତେ ଖର୍ଚ୍ଚ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୫: ୧ ମଇ, ୨୦୨୬ ଠାରୁ ୧୯ କିଲୋଗ୍ରାମର ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୯୩ ବୃଦ୍ଧି କରାଯାଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ,…

ପେଟ୍ରୋଲ ରେଟ୍‌ ବଢିବା ପରେ କେଉଁଠି ଶସ୍ତାରେ ମିଳୁଛି ପେଟ୍ରୋଲ, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୫: ଆଜି, ୧୫ ମଇ ଠାରୁ, ସାରା ଦେଶରେ ପେଟ୍ରୋଲ, ଡିଜେଲ ଏବଂ ସିଏନଜିର ମୂଲ୍ୟ ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩.୧୪ ବୃଦ୍ଧି…

ବଢିଲା ପେଟ୍ରୋଲ ରେଟ୍‌: ମାର୍କେଟକୁ ଆସିଲା ୪ଟି ସବୁଠୁ ଶସ୍ତା ଇଲେକ୍ଟ୍ରି କାର୍‌, ରେଟ୍‌ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବେ ଲୋକଙ୍କ ବଜେଟକୁ ବ୍ୟାହତ କରିବା ଆରମ୍ଭ କରିଛି। ଦୈନନ୍ଦିନ ଯାତ୍ରୀମାନଙ୍କ ପାଇଁ, ମାସିକ ଇନ୍ଧନ ଖର୍ଚ୍ଚ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri