ଟଏଲେଟ ଭାଙ୍ଗି ଆଟେଣ୍ଡାଣ୍ଟଙ୍କୁ ପିଟିଲେ ବିମାନ ଯାତ୍ରୀ, ଭିଡ଼ିଓ ଭାଇରାଲ…

ଲଣ୍ଡନ,୧୯।୨ : ବ୍ୟାଙ୍କକରୁ ହିଥ୍ରୋ ଅଭିମୁଖେ ଯାଉଥିବା ଏକ ଥାଇ ଏୟାରୱେଜ ବିମାନରେ ଟଏଲେଟ ଭାଙ୍ଗିବା ପରେ ଜଣେ ଯାତ୍ରୀ ଏୟାର ଷ୍ଟିୱାର୍ଡ (ବିମାନ କର୍ମଚାରୀ)ଙ୍କୁ ପିଟିଥିଲେ। ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଘଟଣା ୭ ଫେବୃଆରୀର। ୩୫ ବର୍ଷୀୟ ଯାତ୍ରୀ ଏୟାର ଷ୍ଟିୱାର୍ଡକୁ ଏତେ ଜୋରରେ ପିଟିଥିଲେ ଯେ ସେ ବିମାନ ଚଟାଣରେ ପଡ଼ିଯାଇଥିଲେ।

ଏହି ଘଟଣା ପରେ ବିମାନରେ ଉପସ୍ଥିତ ଥିବା ଅନ୍ୟ ଯାତ୍ରୀମାନେ ଭୟଭୀତ ହୋଇ ଯାଇଥିଲେ। ଅନ୍ୟ କର୍ମଚାରୀ ଯାତ୍ରୀଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ନିକଟସ୍ଥ ସିଟରେ ବସିଥିବା ଜଣେ ମହିଳା ଏହି ଘଟଣାର ଏକ ଭିଡିଓ ପ୍ରସ୍ତୁତ କରିଛନ୍ତି ଏବଂ ବର୍ତ୍ତମାନ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମହିଳା ଜଣକ କହିଥିଲେ, ସେ ଟଏଲେଟରେ ଥିଲେ ଏବଂ ହଠାତ ପାଟି କରିବାକୁ ଲାଗିଲେ। ଏହା ପରେ ସେ କବାଟ ଭାଙ୍ଗିବାକୁ ଚେଷ୍ଟା କରିବା ଆରମ୍ଭ କଲେ। ଏହି ସମୟରେ ଜଣେ ବୃଦ୍ଧ ତାଙ୍କୁ ଟଏଲେଟରୁ ବାହାର କରିବାରେ ସାହାଯ୍ୟ କରିଥିଲେ। ବାହାରକୁ ଆସିବା ପରେ ସେ ବିମାନ କର୍ମଚାରୀଙ୍କୁ ମାଡ ମାରିଥିଲେ।

ଏହି ଘଟଣା ମଧ୍ୟରେ ଯାତ୍ରୀମାନଙ୍କୁ ଚେତାବନୀ ଦିଆଯାଇଥିଲା ଯେ ଯଦି ବ୍ୟକ୍ତି ଶାନ୍ତ ନ ହୁଅନ୍ତି ତେବେ ବିମାନଟି ଦୁବାଇ ଆଡକୁ ଯିବ। ତେବେ ବିମାନଟି ଯାତ୍ରା ଜାରି ରଖିବାରେ ସକ୍ଷମ ହୋଇଥିଲା।

ଲଣ୍ଡନରେ ଅବତରଣ କରିବା ପରେ ବ୍ୟକ୍ତି ଜଣଙ୍କୁ ପୋଲିସକୁ ହସ୍ତାନ୍ତର କରାଯାଇଥିଲା। ବିମାନ ଅବତରଣ କରିବା ପରେ ଜଣେ ବିମାନ କର୍ମଚାରୀଙ୍କୁ ଶାରୀରିକ କ୍ଷତି ପହଞ୍ଚାଇବା ସହ ବିମାନକୁ ବିପଦରେ ପକାଇବାକୁ ଉଦ୍ୟମ କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା ବୋଲି ପୋଲିସ କହିଛି। ଅଭିଯୁକ୍ତଙ୍କୁ ବର୍ତ୍ତମାନ ଜେଲରେ ରଖାଯାଇଛି। ବିମାନ କର୍ମଚାରୀ ଏବଂ ଅନ୍ୟ ଜଣେ ଯାତ୍ରୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri