ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ ପ୍ରଦୂଷଣ ୨.୬୭ ଡଷ୍ଟ ପାର୍ଟିକିଲ ଧୂଳି କଣା ରହିଛି। ଏକ ଘରୋଇ କମ୍ପାନୀର ଡିସପ୍ଲେ ବୋର୍ଡରୁ ଏହା ଜଣାପଡ଼ିଛି।

ଏକଦା ଘଞ୍ଚ ଜଙ୍ଗଲ, ସବୁଜିମା ପ୍ରାକୃତିକ ଝରଣା ଥିବା ଏହି ଅଞ୍ଚଳ ଏବେ ପ୍ରଦୂଷଣ ବଳୟକୁ ପ୍ରବେଶ କରୁଛି ବୋଲି ଯୋଡା ବିକାଶ ପରିଷଦର ସଭାପତି ନିରଞ୍ଜନ ବହିଦାର ମତ ଦେଇଛନ୍ତି। ସେହିପରି ବରିଷ୍ଠ ନାଗରିକ ତଥା ଯୋଡ଼ା ସହରର ପୂର୍ବତନ ଉପ ନଗରପାଳ ପୁରୁଷୋତ୍ତମ ଦାସ କହିଛନ୍ତି, ଡିସେମ୍ବର ମଧ୍ୟରେ ଯୋଡ଼ା ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ଗତ ୫ବର୍ଷ ତଳେ ୬ଡିଗ୍ରୀରୁ ୮ଡିଗ୍ରୀ ମଧ୍ୟରେ ରହୁଥିଲା। ଶୀତର ପ୍ରକୋପ ଅଧିକ ଥିଲା। ଏବେ ଏଥିରେ ସମ୍ପୂର୍ଣ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଯଦିଓ ଶୀତ ଅନୁଭୂତ ହେଉଛି, ରାତ୍ରି ବେଳେ ସର୍ବନିମ୍ନ ତାପମାତ୍ରା ୧୧ରୁ ୧୨ ଡିଗ୍ରୀ ମଧ୍ୟରେ ରହିଛି।

ଯାହାକି ପରିବେଶର ବ୍ୟତିକ୍ରମ ବୋଲି ସ୍ପଷ୍ଟ ଜଣାପଡ଼ୁଛି। ସେହିପରି ଦିନରେ ସର୍ବାଧିକ ୨୫ରୁ ୨୭ ଡିଗ୍ରୀ ମଧ୍ୟରେ ରହୁଛି। ଯାହାକି ଅତୀତରେ ୧୮ ରୁ ୨୨ ଡିଗ୍ରୀ ମଧ୍ୟରେ ରହୁଥିଲା। ଋତୁ ଚକ୍ରରେ ଏହିପରି ପରିବର୍ତ୍ତନ ବ୍ୟାପକ ଜଙ୍ଗଲ କାଟ, ଅସନ୍ତୁଳିତ ପରିବେଶ, ଅନିୟନ୍ତ୍ରିତ ଭାରିଯାନ ଚଳାଚଳ, କାରଖାନାରୁ ନିର୍ଗତ ଧୂଆଁରେ ର୍ନିଦ୍ଧାରିତ କାର୍ବନର ମାତ୍ରାକୁ ନିୟନ୍ତ୍ରିତ ନ କରି ନିର୍ଗତ ଧୂଆଁକୁ ସିଧା ସଳଖ ବାୟୁ ମଣ୍ଡଳକୁ ଛାଡି ଦେବା ଯୋଗୁ ସ୍ଥିତି ଅନାୟତ ଆଡ଼କୁ ଯାଉଛି ବୋଲି ପରିବେଶବିତ୍‌ ଉଦୟ ଶଙ୍କର ଆଚାର୍ଯ୍ୟ କହିଛନ୍ତି।

ବ୍ୟାପକ ଖଣି ଖନନ ହେତୁ ଅନେକ ଶହ ହେକ୍ଟର ଜଙ୍ଗଲ ପଦା ହେଉଛି। ସେହି ଅନୁପାତରେ ଚାରାରୋପଣ ହେଉନାହିଁ। ଫଳରେ ବୃଷ୍ଟିପାତ ହ୍ରାସ ପାଉଛି, ଉତ୍ତାପ ବୃଦ୍ଧି ହେଉଛି। ଏହାକୁ ନିୟନ୍ତ୍ରଣ ନ କଲେ ଆଗାମୀ ଦିନରେ ସ୍ଥିତି ଗମ୍ଭୀର ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡରେ ଗଛକୁ ଧକ୍କା ଦେଲା ବାଇକ, ରାତିସାରା ଘଟଣାସ୍ଥଳରେ ପଡ଼ିରହିଥିଲେ, ସକାଳୁ…

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନନ୍ତେଇ ଗ୍ରାମ ପୋଖରୀ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ଗଛକୁ ଏକ ବାଇକ ଧକ୍କା ଦେବାରୁ ଘଟଣାସ୍ଥଳରେ…

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri