Posted inରାଜ୍ୟ

ଦୀପାବଳି ବାଣଫୁଟା ଯୋଗୁଁ ବଢ଼ିଲା ରାଜ୍ୟର ବାୟୁପ୍ରଦୂଷଣ ମାତ୍ରା

ଭୁବନେଶ୍ୱର,୧୩ା୧୧: ଦୀପାବଳିରେ ବାଣଫୁଟା ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କେତେକ ସହରର ବାୟୁର ଗୁଣାତ୍ମକ ସୂଚକାଙ୍କ ବୃଦ୍ଧି ପାଇଛି । ଆତସବାଜିରେ ଥିବା କ୍ଷତିକାରକ ରାସାୟିକ ପଦାର୍ଥ ଓ ଧୂଳିକଣା
ବାୟୁମଣ୍ଡଳରେ ପ୍ରବେଶ କରି ବାୟୁର ମାନକୁ ହ୍ରାସ କରିଛି । ରବିବାର ରାତି ଓ ସୋମବାର ସକାଳ ସୁଦ୍ଧା ଭୁବନେଶ୍ୱରର କେତେକ ସ୍ଥାନରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ୩୦୦ରୁ ୪୦୦ ପହଁଞ୍ଚିଥିବା ଜଣାପଡ଼ିଛି ।

ସାଧାରଣତଃ ନଭେମ୍ବର ମାସରେ ବାୟୁ ଚଳାଚଳ କମ୍‍ ରହିଥାଏ । ଫଳରେ ବାୟୁରେ ଥିବା ବିଭିନ୍ନ ପ୍ରଦୂଷଣକାରୀ ତଥା କ୍ଷତିକାରକ ପଦାର୍ଥ ଭୂମିପତନଠାରୁ ଅଳ୍ପଦୂରରେ ସ୍ଥିର ରହିଥାଏ । ଏହି ପ୍ରଦୂଷିତ ବାୟୁକୁ ପ୍ରଶ୍ୱାସରେ ଗ୍ରହଣ କରିବା ଦ୍ୱାରା ଲୋକମାନେ ଶ୍ୱସନ ସମ୍ବନ୍ଧୀୟ ସମସ୍ୟା ଭୋଗିଥାନ୍ତି । ସାଧାରଣତଃ ଶୂନରୁ ୫୦ ଏୟାର କ୍ୱାଲିଟି ଇଣ୍ଡେକ୍ସ ରହିଲେ
ବାୟୁର ମାନ ଭଲ ଥାଏ । ୫୧ରୁ ୧୦୦ ମଧ୍ୟରେ ରହିଲେ ଏହା ସ୍ୱାଭାବିକ ସ୍ଥିତି ବୋଲି ବିବେଚିତ ହୋଇଥାଏ । ମାତ୍ର ଏହାଠୁ ଅଧିକ ହେଲେ ଏହା ବିଶେଷ କରି ଶ୍ୱାସରୋଗୀଙ୍କ ପାଇଁ ବିପଦ ବଢ଼ାଇଥାଏ ।

ବାୟୁର ଗୁଣାତ୍ମକମାନକୁ ସୁରକ୍ଷିତ ରଖିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଉଛି । ବନୀକରଣ ଠାରୁ ଆରମ୍ଭ କରି ସ୍ୱଚ୍ଛତା ଉପରେ ବିଶେଷ ଧ୍ୟାନ ଦିଆଯାଉଛି । ଏପରିକି ଏହି ସମୟରେ ସହରାଞ୍ଚଳରେ ଧୂଳିକଣା ସୃଷ୍ଟି କରୁଥିବା ନିର୍ମାଣ କାର୍ଯ୍ୟ ଉପରେ ମଧ୍ୟ କେତେକ କଟକଣା ରହିଛି । ବାୟୁ ପ୍ରଦୂଷଣକୁ ରୋକିବା
ଦିଗରେ ଜନଭାଗିଦାରୀକୁ ବଢ଼ାଇବା ପାଇଁ ସରକାର ବିଭିନ୍ନ ସଚେତନ ଧର୍ମୀ କାର୍ଯ୍ୟକ୍ରମ ଜରିଆରେ ଲୋକମାନଙ୍କୁ ପରାମର୍ଶ ଦେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?