ପ୍ରଦୂଷଣ ଯୋଗୁ ବଢିଛି ୧୫ ପ୍ରତିଶତ କରୋନା ମୃତ୍ୟୁ ସଂଖ୍ୟା

ୱାଶିଂଟନ,୨୮ ।୧୦: କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ପକାଇଛି । ଏହାରି ଭିତରେ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଛି ଏହି କରୋନା ମହାମାରୀ ଯୋଗୁ । ଏବେ ଏକ ଅଧ୍ୟୟନରୁ ଜଣାପଡିଛି ଯେ ପ୍ରଦୂଷଣ ଯୋଗୁ ସାରା ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୧୫ ପ୍ରତିଶତ ବୃଦ୍ଧି ପାଇଛି । କାର୍ଡିଓଭାସ୍କୁଲାର ରିସର୍ଚ୍ଚରେ ମଙ୍ଗଳବାର ପ୍ରକାଶିତ ଏକ ଅଧ୍ୟୟନ ଅନୁଯାୟୀ ସାରା ବିଶ୍ୱରେ ବହୁ ସମୟ ପର୍ଯ୍ୟନ୍ତ ଲୋକେ ବାୟୁ ପ୍ରଦୂଷଣ ମଧ୍ୟରେ ରହିବାରୁ କୋଭିଡ-୧୯ରେ ୧୫ ପ୍ରତିଶତ ଲୋକଙ୍କ ମୃତ୍ୟୁ ହୋଇଛି । ୟୁରୋପରେ ଏହା ପାଖାପାଖି ୧୯ ପ୍ରତିଶତ ବୋଲି କୁହାଯାଇଛି । ଆମେରିକାରେ ଏହା ୧୭ ପ୍ରତିଶତ ଓ ପୂର୍ବ ଏସିଆରେ ଏହା ୨୭ ପ୍ରତିଶତ ବୋଲି ବିଶେଷଜ୍ଞମାନେ କହିଛନ୍ତି । ଉକ୍ତ ଅଧ୍ୟୟନ ଅନୁଯାୟୀ ଚେକୋସ୍ଲୋଭାକିଆରେ ସବୁଠାରୁ ଅଧିକ ୨୯ ପ୍ରତିଶତ ଲୋକଙ୍କର ପ୍ରଦୂଷଣ ଯୋଗୁ କରୋନାରେ ମୃତ୍ୟୁ ହୋଇଛି । ସେହିପରି ଚାଇନାରେ ୨୭ ପତିଶତ, ଜର୍ମାନୀରେ ୨୬, ସ୍ୱିଜରଲ୍ୟାଣ୍ଡରେ ୨୨, ବେଲଜିୟମରେ ୨୧, ନେଦରଲ୍ୟାଣ୍ଡସ୍‌ରେ ୧୯, ଫ୍ରାନ୍ସରେ ୧୮, ଜର୍ମାନୀରେ ୧୬, ସ୍ୱିଡେନରେ ୧୬, ଇଟାଲୀରେ ୧୫, ବ୍ରିଟେନରେ ୧୪, ବ୍ରାଜିଲରେ ୧୨, ପର୍ତ୍ତୁଗାଲରେ ୧୧ ପ୍ରତିଶତ ଲୋକଙ୍କ ମୃତ୍ୟୁ ହୋଇଛି । ହେଲେ ନ୍ୟୁଜିଲାଣ୍ଡରେ ସବୁଠାରୁ କମ୍ ମାତ୍ର ଏକ ପ୍ରତିଶତ ଲୋକ ପ୍ରଦୂଷଣ କାରଣରୁ କରୋନାରେ ମୃତ୍ୟୁ ହୋଇଥିବା ବିଶେଷଜ୍ଞମାନେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri