୧୫ ସହରରେ ସ୍ବୟଂକ୍ରିୟ ବାୟୁ ପ୍ରଦୂଷଣ ପରିଚାଳନା ଷ୍ଟେଶନ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ରାଜ୍ୟର ୧୫ଟି ବାୟୁ ପ୍ରଦୂଷଣ ସମ୍ବେଦନଶୀଳ ସହରରେ ପ୍ରଦୂଷଣ ମାପିବା ପାଇଁ ସ୍ବୟଂକ୍ରିୟ ବାୟୁ ପ୍ରଦୂଷଣ ପରଚିାଳନା ଷ୍ଟେଶନ ସ୍ଥାପନ ହେବ। କଟକ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲାର ବିଭିନ୍ନ ସହରରେ ୧୫ଟି ଷ୍ଟେଶନ ସ୍ଥାପନ କରାଯିବ। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ପରିଚାଳନା ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହି କାର୍ଯ୍ୟ ସମାପ୍ତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସେହି ସବୁ ଷ୍ଟେଶନରୁ ବହୁ ପରିମାଣରେ ସାଙ୍କେତିକ ତଥ୍ୟ ମିଳି ପାରିବ। ସେ ସବୁର ବୈଜ୍ଞାନିକ ଅନୁଧ୍ୟାନ ଏବଂ ଅନୁଶୀଳନ କରି ଶିଳ୍ପାନୁଷ୍ଠାନ ଓ ନାଗରିକମାନଙ୍କ ଅବଗତି ଓ ସଚେତନତା ପାଇଁ ଓ୍ବେବ୍‌ସାଇଟ୍‌ରେ ଅପଲୋଡ୍‌ କରାଯିବ। ରାଜ୍ୟର ବିଭିନ୍ନ ଅଞ୍ଚଳରେ ବାୟୁ ଓ ଜଳର ସ୍ବଚ୍ଛତା ସ୍ତର ବିଷୟରେ ସର୍ବସାଧାରଣଙ୍କ ସଚେତନତା ନିମନ୍ତେ ଏକ ଓ୍ବେବ୍‌ ପୋର୍ଟାଲ ପ୍ରସ୍ତୁତି ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକରେ ବୋର୍ଡର ମେମ୍ବର ସେକ୍ରେଟାରି କେ. ମୁରୁଗେସେନ ଓ ଅନ୍ୟାନ୍ୟ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri