ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ଚାରିଟି ପ୍ରମୁଖ ସହରର ବାୟୁ ଗୁଣବତ୍ତା ‘ଅତି ଖରାପ’ (Very Poor) ଶ୍ରେଣୀଭୁକ୍ତ ହୋଇଛି।

ବୁଧବାର କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ଦ୍ୱାରା ପ୍ରକାଶିତ ଏୟାର କ୍ୱାଲିଟି ଇଣ୍ଡେକ୍ସ (AQI) ରିପୋର୍ଟ ଅନୁସାରେ ଓଡ଼ିଶାର ବାଲେଶ୍ୱର, ଭୁବନେଶ୍ୱର, ବ୍ୟାସନଗର ଓ କଟକରେ ବାୟୁ ପ୍ରଦୂଷଣ ମାତ୍ରା ଅତ୍ୟଧିକ ବଢ଼ିଯାଇଛି। ଦେଶର ଯେଉଁ ୧୬ଟି ସହରର ବାୟୁ ଗୁଣବତ୍ତା ‘ଅତି ଖରାପ’ ଶ୍ରେଣୀରେ ରହିଛି, ସେଥିମଧ୍ୟରେ ଓଡ଼ିଶାର ଏହି ୪ ସହର ସାମିଲ ଅଛନ୍ତି।

ପରିବେଶବିତ୍ ଓ ବିଶେଷଜ୍ଞଙ୍କ ମତରେ, ବାୟୁର ମାନ ‘ଅତି ଖରାପ’ ରହିବା ଦ୍ୱାରା ଶ୍ୱାସକ୍ରିୟା ଜନିତ ସମସ୍ୟା ବଢ଼ିବାର ଆଶଙ୍କା ରହିଛି। ବିଶେଷ କରି ଶିଶୁ, ବୃଦ୍ଧ ଏବଂ ଆଗରୁ ଫୁସଫୁସ ଜନିତ ରୋଗରେ ପୀଡ଼ିତ ଥିବା ବ୍ୟକ୍ତିମାନେ ଏହା ଦ୍ୱାରା ଗୁରୁତର ପ୍ରଭାବିତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri