Posted inଜାତୀୟ

ଏଣିକି ଆଉ ଦେବାକୁ ପଡିବନି ‘ଏୟାର ସୁବିଧା’ ଫର୍ମ

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବା ପରେ ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ‘ଏୟାର ସୁବିଧା’ ଫର୍ମ ପୂରଣ ବାଧ୍ୟତାମୂଳକ ନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ ଅନ୍ତର୍ଜାତୀୟ ଯାତ୍ରୀ ଆଗମନ ପାଇଁ ସଂଶୋଧିତ ନିର୍ଦ୍ଦେଶାବଳୀ ନଭେମ୍ବର ୨୨ ଅର୍ଥାତ୍‌ ଆଜିଠାରୁ କାର୍ଯ୍ୟକାରୀ ହେବ। ସରକାରଙ୍କ ଏହି ପଦକ୍ଷେପ ପରେ ଅନ୍ତର୍ଜାତୀୟ ଯାତ୍ରୀମାନେ ନିଶ୍ଚିତ ଭାବରେ କାଗଜପତ୍ରରୁ ଟିକେ ଆରାମ ପାଇଛନ୍ତି।
ଏହାପୂର୍ବରୁ ନିର୍ଦ୍ଦେଶାବଳୀ ଅନୁଯାୟୀ ବିଦେଶରୁ ଭାରତ ଆସୁଥିବା ଯାତ୍ରୀମାନଙ୍କୁ ସେମାନଙ୍କ କୋଭିଡ ଟିକାକରଣ ସ୍ଥିତି ନେଇ ଏକ ‘ଏୟାର ସୁବିଧା’ ଫର୍ମ ପୂରଣ କରିବାକୁ ପଡୁଥିଲା। ଏହି ଫର୍ମର ରେଜିଷ୍ଟ୍ରେସନ ନମ୍ବର ମିଳିବା ପରେ ହିଁ ଯାତ୍ରୀ ବିମାନ ବନ୍ଦରରୁ ବାହାରି ପାରୁଥିଲେ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ଫର୍ମ ଆରମ୍ଭ କରାଯାଇଥିଲା। ଏବେ କରୋନା ସଂଖ୍ୟା କମିଥିବାରୁ ସରକାର ଏହି ଫର୍ମ ପୂରଣ ବାଧ୍ୟତାମୂଳକ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ସପ୍ତାହରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କହିଥିଲା ଯେ, ବିମାନ ଯାତ୍ରା ସମୟରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ ନୁହେଁ, କିନ୍ତୁ ଯାତ୍ରୀମାନେ ଏହାକୁ ବ୍ୟବହାର କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri