ଆରମ୍ଭ ହେଲା ଏୟାର ଟ୍ୟାକ୍ସି ସେବା

ଚଣ୍ଡିଗଡ଼,୧୪।୧: କେନ୍ଦ୍ର ସରକାରଙ୍କ ‘ଉଡ଼ାଣ’ ଯୋଜନା ଅନ୍ତର୍ଗତ ଗୁରୁବାର ଦେଶର ପ୍ରଥମ ଏୟାର ଟ୍ୟାକ୍ସି ସେବା ଆରମ୍ଭ କରାଯାଇଛି। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ଚଣ୍ଡିଗଡ଼ ବିମାନ ବନ୍ଦରରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଚଣ୍ଡିଗଡ଼ରୁ ହିସାର ମଧ୍ୟରେ ବିମାନଟି ଉଡ଼ାଣ କରି ୪୫ ମିନିଟରେ ପହଞ୍ଚିଛି। ଦ୍ୱିତୀୟ ପର୍ଯ୍ୟାୟରେ ହିସାରଠାରୁ ଡେରାଡୁନ୍‌ ମଧ୍ୟରେ ଏୟାର ଟ୍ୟାକ୍ସି ସେବା ଜାନୁୟାରୀ ୧୮ଠାରୁ ଆରମ୍ଭ କରାଯିବ। ସେହିପରି ଜାନୁୟାରୀ ୨୩ରେ ତୃତୀୟ ପର୍ଯ୍ୟାୟରେ ଚଣ୍ଡିଗଡ଼ରୁ ଡେରାଡୁନ୍‌ ଏବଂ ହିସାରଠାରୁ ଧର୍ମଶାଳା ପର୍ଯ୍ୟନ୍ତ ଏୟାର ଟ୍ୟାକ୍ସି ସୁବିଧା ଉପଲବ୍ଧ ହେବ। ପରବର୍ତ୍ତୀ ସମୟରେ ଏହି ସେବା ଶିମଲା, କୁଲୁ ମନାଲି ଆଦି ଅଞ୍ଚଳରେ ମଧ୍ୟ ଉପଲବ୍ଧ ହେବ। ଏୟାର ଟ୍ୟାକ୍ସିରେ ପାଇଲଟ ଏବଂ ଅନ୍ୟ ୩ ଜଣ ଯାତ୍ରୀ ଯାତ୍ରା କରିପାରିବେ। ଚଣ୍ଡିଗଡ଼ରୁ ହିସାର ଯିବା ପାଇଁ ଯାତ୍ରୀଙ୍କୁ ୧,୭୫୫ ଟଙ୍କା ଦେବାକୁ ପଡ଼ିବ। ଏଥିପାଇଁ ଅନ୍‌ଲାଇନ୍‌ରେ ବୁକିଂ କରିବାକୁ ପଡ଼ିବ। ଏହି ସେବା ହରିୟାଣା ଝାଜରସ୍ଥିତ ବେରି ଗାଁର ବାସିନ୍ଦା କ୍ୟାପଟେନ୍‌ ବରୁଣ ସୁହାଗଙ୍କ ଦ୍ୱାରା ଆରମ୍ଭ କରାଯାଇଛି। ଦେଶର ୨୬ଟି ଭିନ୍ନ ଭିନ୍ନ ରୁଟ୍‌ରେ ଏୟାର ଟ୍ୟାକ୍ସି ସେବା ଉପଲବ୍ଧ କରାଇବା ଲାଗି ବରୁଣ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?