ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର ଅଚଳ, ବିମାନ ଉଡ଼ାଣ ବାତିଲ, ଅଟକି ରହିଲେ ୫୬ ହଜାର ଯାତ୍ରୀ…

ମାନିଲା,୨।୧ : ନୂଆ ବର୍ଷର ପ୍ରଥମ ଦିନରେ ଫିଲିପାଇନ୍ସରେ ଯାତ୍ରୀମାନଙ୍କ ପାଇଁ ଏୟାର ଟ୍ରାଫିକ ନିୟନ୍ତ୍ରଣ (ଏଟିସି) ରେ ଏକ ତ୍ରୁଟି ଦେଖାଦେଇଥିଲା। ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର ଅଚଳ ହେବାରୁ ରାଜଧାନୀ ମାନିଲା ଏବଂ ଅନ୍ୟ ସହରରେ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଏଥିସହ ଏୟାରଲାଇନ୍ସକୁ ଦେଶର ଗନ୍ତବ୍ୟ ସ୍ଥାନକୁ ଅନ୍ୟ ଗନ୍ତବ୍ୟ ସ୍ଥଳରେ ବ୍ୟବହାର କରିବାକୁ ମଧ୍ୟ ବାରଣ କରାଯାଇଥିଲା।

ଅଧିକାରୀ କହିଛନ୍ତି ଯେ ମାନିଲାର ନିନୋ ଆକ୍ୱିନୋ ଅନ୍ତର୍ଜାତୀୟ ବିମାନବନ୍ଦରରେ ମୋଟ ୨୮୨ ବିମାନ ପ୍ରଭାବିତ ହୋଇଛି। ଏହା ଯୋଗୁ ପ୍ରାୟ ୬୫ ହଜାର ଯାତ୍ରୀ ପ୍ରଭାବିତ ହୋଇଛନ୍ତି। ଯାତ୍ରୀମାନେ ବିମାନ ବନ୍ଦରରେ ଅଟକି ରହିଥିଲେ।

ପ୍ରଭାବିତ ବିମାନ ପାଇଁ ଫିଲିପାଇନ୍ସ ପରିବହନ ସଚିବ ଜାମି ବାଉଟିଷ୍ଟା ଯାତ୍ରୀମାନଙ୍କୁ କ୍ଷମା ମାଗିଛନ୍ତି। ବିଦ୍ୟୁତ ବିଫଳତା ଯୋଗୁଁ ସେଣ୍ଟ୍ରାଲ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲରବ୍ୟବସ୍ଥା ପ୍ରଭାବିତ ହୋଇଥିଲା, ଯାହା ଦେଶର ଅନ୍ୟ ବିମାନ ବନ୍ଦରରେ ମଧ୍ୟ କାର୍ଯ୍ୟକ୍ଷମତାକୁ ପ୍ରଭାବିତ କରିଥିଲା ବୋଲି ସେ କହିଛନ୍ତି। ପୁରୁଣା ବିଦ୍ୟମାନ ସିଷ୍ଟମକୁ ତୁରନ୍ତ ନବୀକରଣ କରାଯିବା ଉଚିତ ଏବଂ ବ୍ୟାକ ଅପ ସିଷ୍ଟମର ଆବଶ୍ୟକତା ଉପରେ ମଧ୍ୟ ସେ ଗୁରୁତ୍ୱାରୋପ କରିଛନ୍ତି।

ଫିଲିପାଇନ୍ସରେ ବିମାନ ବାତିଲ ହେବାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ବିମାନବନ୍ଦରରେ ଲମ୍ବା ଧାଡି ଦେଖାଇଥିଲା ଏବଂ ବିମାନ କର୍ମଚାରୀମାନେ ଫସି ରହିଥିବା ଯାତ୍ରୀମାନଙ୍କୁ ଖାଦ୍ୟ ପ୍ୟାକେଟ ଏବଂ ପାନୀୟ ବଣ୍ଟନ କରୁଥିବାର ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ...

ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍‌

କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି...

ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି...

ନେତାନ୍ୟାହୁଙ୍କୁ ଇସ୍ରାଏଲ୍‌ରେ ବିରୋଧ

ଜେରୁଜେଲମ୍‌,୩୧।୪:ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଓ ଇରାନକୁ ଟାର୍ଗେଟ କରୁଥିବାବେଳେ ଦେଶ ଭିତରେ ତାଙ୍କୁ ଘୋର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଅକ୍ଟୋବର ୭ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri