ମହଙ୍ଗା ହେବ ବିମାନ ଯାତ୍ରା…

ନୂଆଦିଲ୍ଲୀ, ୧୬।୫ : ବିମାନ ଯାତ୍ରା ବର୍ତ୍ତମାନ ଅଧିକ ମହଙ୍ଗା ହେବାର ଆଶଙ୍କା ରହିଛି। ସରକାରୀ ତୈଳ କମ୍ପାନୀଗୁଡିକ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଟିଏଫ ଦାମରେ ୫ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ବୃଦ୍ଧି ପରେ ବିମାନ ଇନ୍ଧନର ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚିଛି।

୨୦୨୨ରେ, ବିମାନ ଇନ୍ଧନର ମୂଲ୍ୟ ଏହାକୁ ମିଶାଇ ଦଶମ ଥର ପାଇଁ ବୃଦ୍ଧି ପାଇଛି। ବିଶ୍ୱସ୍ତରରେ ଅଶୋଧିତ ତୈଳର ଦାମ ବୃଦ୍ଧି ବିମାନ ଇନ୍ଧନକୁ ମଧ୍ୟ ପ୍ରଭାବିତ କରିଛି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡିକ ଜାତୀୟ ରାଜଧାନୀ ଦିଲ୍ଲୀରେ ଏଟିଏଫ ମୂଲ୍ୟକୁ ୫ ପ୍ରତିଶତ ବୃଦ୍ଧି କରିଛନ୍ତି। ଦେଶର ରାଜଧାନୀରେ ଏଟିଏଫ ଦାମ କିଲୋଲିଟର ପିଛା ୧୨୩,୦୩୯.୭୧ ଟଙ୍କା ଅର୍ଥାତ୍‌ ଲିଟର ପିଛା ୧୨୩ ଟଙ୍କାରେ ପହଞ୍ଚିଛି।

ସରକାରୀ ତୈଳ କମ୍ପାନୀଗୁଡିକ ପ୍ରତ୍ୟେକ ମାସର ପ୍ରଥମ ଏବଂ ୧୬ ତାରିଖରେ ବିମାନ ଇନ୍ଧନର ମୂଲ୍ୟ ସମୀକ୍ଷା କରିଥାନ୍ତି। ଚଳିତ ବର୍ଷ ଜାନୁୟାରୀ ୧ ଠାରୁ ବାୟୁ ଇନ୍ଧନ ପ୍ରାୟ ୬୨ ପ୍ରତିଶତ ବ୍ୟୟବହୁଳ ହୋଇଛି। ମୁମ୍ବାଇରେ ଏଟିଏଫ୍‌ର ଦାମ ବର୍ତ୍ତମାନ କିଲୋଲିଟର ପିଛା ୧୨୧,୮୪୭.୧୧ ଟଙ୍କାକୁ ବୃଦ୍ଧି ପାଇଛ। କୋଲକାତାରେ ଏହା ୧୨୭,୮୫୪.୬୦ ଟଙ୍କା ଏବଂ ଚେନ୍ନାଇରେ କିଲୋଲିଟର ପିଛା ୧୨୭,୨୮୬ ଟଙ୍କା ହୋଇଛି। ମହଙ୍ଗା ଅଶୋଧିତ ତୈଳ ଯୋଗୁ ଗତ ଚାରିମାସ ମଧ୍ୟରେ ବିମାନ ଇନ୍ଧନର ମୂଲ୍ୟରେ ଏକ ବଡ଼ ଧରଣର ବୃଦ୍ଧି ଘଟିଛି।

ଦେଶର ବିମାନ ଚଳାଚଳ ଶିଳ୍ପକୁ ଏହା ଦ୍ୱାରା ପ୍ରଭାବିତ ହେବାର ଆଶଙ୍କା ରହିଛି। ମହଙ୍ଗା ଇନ୍ଧନ ଯୋଗୁ ବିମାନ ଚଳାଚଳ ଭଡା ବୃଦ୍ଧି ହେବ ବୋଲି କୁହାଯାଉଛି। ରେଟିଂ ଏଜେନ ଆଇସିଏଆର ଏହାର ରିପୋର୍ଟରେ କହିଛି ଯେ ଏଟିଏଫ ମୂଲ୍ୟ ବୃଦ୍ଧି ଦେଶର ବିମାନ ଚଳାଚଳ ଶିଳ୍ପ ଉପରେ ଅଧିକ ପ୍ରଭାବ ପକାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri