ପହିଲାରୁ ବଢ଼ିବ ବିମାନ ଭଡ଼ା

ନୂଆଦିଲ୍ଲୀ: ମହାମାରୀ ସମୟରେ ପୁଣି ଥରେ ବିମାନ ଭଡ଼ା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଶୁକ୍ରବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଘରୋଇ ବିମାନ ଚଳାଚଳର କମ୍‌ ସମୟ ସୀମା ଦରକୁ ୧୩ ରୁ ୧୬ %କୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡିଛି। ଏହି ବର୍ଦ୍ଧିତ ଦର ଜୁନ୍‌ ପହିଲାରୁ ଲାଗୁ ହେବ ବୋଲି ସୂଚନା ମିଳିଛି। ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ, ୪୦ ମିନିଟ୍‌ରୁ କମ୍‌ ଘରୋଇ ଯାତ୍ରା ପାଇଁ ଭଡ଼ା ପ୍ରାୟ ୨,୩୦୦ ରୁ ୨,୬୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହେବ, ଯାହା ବର୍ତ୍ତମାନର ଭଡ଼ାର ୧୩ % ଅଧିକ ବୋଲି କୁହାଯାଉଛି। ସେହିଭଳି ୪୦ ମିନିଟରୁ ଏକଘଣ୍ଟା ମଧ୍ୟରେ ଅବଧି ଥିବା ବିମାନଗୁଡ଼ିକର ସର୍ବନିମ୍ନ ୩,୩୦୦ ଟଙ୍କା ରହିବ। ସେହିପରି ୬୦-୯୦ମିନିଟ୍‌ ମଧ୍ୟରେ ବିମାନ ଉଡ଼ାଣ ପାଇଁ ୪,୦୦୦ ଟଙ୍କା ଏବଂ ୯୦-୧୨୦ ମିନିଟ୍‌ ପାଇଁ ୪,୭୦୦ ଟଙ୍କା ଓ ୧୫୦-୧୮୦ ମିନିଟ୍‌ ପାଇଁ ୬,୧୦୦ ଟଙ୍କା, ୧୮୦-୨୧୦ ମିନିଟରେ, ୭,୪୦୦ ଟଙ୍କା ଭଡ଼ା ବାବଦକୁ ଦେବାକୁ ପଡିବ।
ଉପରୋକ୍ତ ସମୟସୀମାରେ ବିମାନ ଭଡ଼ା ପ୍ରାୟ ୩୦୦ ରୁ ୧୦୦୦ ଟଙ୍କା କମ୍‌ ଦେବାକୁ ପଡୁଥିଲା। ଯାତ୍ରୀମାନଙ୍କର ବିମାନ ଯାତ୍ରାରେ ଚଳାଚଳର ବୃଦ୍ଧି ଘଟିଛି। କୋଭିଡ୍‌ ମହାମାରୀର ଦ୍ୱିତୀୟ ଲହର ହଠାତ୍‌ କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ଦୀର୍ଘଦିନ ହେବ ଘରୋଇ ବିମାନଯାତ୍ରା ଓ ଯାତ୍ରୀ ବ୍ୟାପକ ଭାବେ ହ୍ରାସ ପାଇଛି। ଘରୋଇ ବିମାନ ଭଡ଼ା ମୂଲ୍ୟରେ ଟିକସ ଏବଂ ବିମାନବନ୍ଦର ବିକାଶ ଶୁଳ୍କ (ଏଡିଏଫ୍‌) ଅନ୍ତର୍ଭୁକ୍ତ ହେବ ନାହିଁ। ଏହାପୂର୍ବରୁ ଫେବୃୟାରୀ ୨୦୨୧ରେ ମନ୍ତ୍ରଣାଳୟ ଘରୋଇ ବିମାନର ନିମ୍ନ ଏବଂ ଉପର ସୀମାକୁ ୧୦ରୁ ୧୩ % କୁ ବୃଦ୍ଧି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତା ଏଏସ୍‌ଆଇସିର ନୂଆ ଅଧ୍ୟକ୍ଷା

ଭୁବନେଶ୍ୱର,୧୬।୪: ଏସିଆ ସୋସାଇଟି ଇଣ୍ଡିଆ ସେଣ୍ଟର (ଏଏସ୍‌ଆଇସି)ର ନୂତନ ଅଧ୍ୟକ୍ଷା ଭାବେ ଶିଳ୍ପପତି ସଙ୍ଗୀତା ଜିନ୍ଦଲ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଏସ୍‌ଆଇସି ବୋର୍ଡ ପକ୍ଷରୁ...

ଏଚ୍‌ସିଆଇଏଲର ନୂତନ ଓ୍ବେୟାରହାଉସ କାର୍ଯ୍ୟର ଶୁଭାରମ୍ଭ

ଭୁବନେଶ୍ୱର,୧୬।୪: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌)ର ନୂତନ ପ୍ରକଳ୍ପ ‘ନ୍ୟୁ ସ୍ପେୟାର ପାର୍ଟସ ଓ୍ବେୟାରହାଉସ ଫାସିଲିଟି (ନୂତନ ଓ୍ବେୟାରହାଉସ) କାର୍ଯ୍ୟର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି...

ମଉଳୁଛି ଶସ୍ତା ଇଏମ୍‌ଆଇ ଆଶା

ଭୁବନେଶ୍ୱର,୧୬।୪(ଅନୁରାଧା ମହାରଣା): ମହଙ୍ଗା ଇଏମ୍‌ଆଇରୁ ରକ୍ଷା ପାଇବାକୁ ଆଶା ବାନ୍ଧିଥିବା ଲୋକମାନେ ଚଳିତବର୍ଷର ଦ୍ୱିତୀୟାର୍ଦ୍ଧରେ ଏଥିରୁ ମୁକ୍ତି ପାଇବାକୁ ଆଶା କରୁଥିଲେ। ମାତ୍ର ମାର୍ଚ୍ଚ ମାସରେ...

ସୁନା ଦର ୭୩ ହଜାର ପାର

ଭୁବନେଶ୍ୱର,୧୬।୪: କ୍ରମାଗତ ଭାବେ ଘରୋଇ ବଜାରରେ ସୁନା ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଗତ ଦୁଇ ସପ୍ତାହ ମଧ୍ୟରେ ଭୁବନେଶ୍ୱରରେ ସୁନା ଦର ୨୨କ୍ୟାରେଟ ଉପରେ...

ଇଶା-ଦୀପିକାଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା

ଭୁବନେଶ୍ୱର,୧୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆର୍‌ଆର୍‌ଭିଏଲ୍‌)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଇଶା ଏମ୍‌ ଅମ୍ବାନୀ...

ମାର୍ଚ୍ଚ ମାସରେ ବୃଦ୍ଧି ପାଇଲା ହୋଲସେଲ୍ ମହଙ୍ଗା ହାର

ଚେନ୍ନାଇ,୧୫।୪: ମାର୍ଚ୍ଚ ମାସରେ ହୋଲସେଲ ମହଙ୍ଗା(ମୁଦ୍ରାସ୍ଫୀତି) ହାର ବୃଦ୍ଧି ପାଇ ୦.୫ ପ୍ରତିଶତରେ ପହଞ୍ଚିଛି। ଫେବୃଆରୀ ମାସରେ ଏହା ୦.୨ ପ୍ରତିଶତ ଥିଲା। ଏହି ରିପୋର୍ଟ...

ଆପଲ୍ କୁ ପଛରେ ପକାଇ ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ହେଲା ସାମସଙ୍ଗ, ହ୍ରାସ ପାଇଲା ଆଇଫୋନ୍ ବିକ୍ରି

ମୁମ୍ବାଇ,୧୫।୪: ଆଇଡିସିର ରିପୋର୍ଟ ଅନୁଯାୟୀ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ମାନ୍ୟତା ପାଇଛି ସାମସଙ୍ଗ। ଏଥିସହିତ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ଭାବରେ...

ଟେସଲା ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଚୁକ୍ତି ସ୍ଵାକ୍ଷର କଲା ଟାଟା ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୧୫।୪: ଆମେରିକାର ଅଟୋମେକର୍ ଟେସଲା ଟାଟା ଇଲେକ୍ଟ୍ରୋନିକ୍ସ ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଏକ ରଣନୀତିକ ଚୁକ୍ତି ସ୍ୱାକ୍ଷର କରିଛି। ରିପୋର୍ଟ ଅନୁଯାୟୀ ଟେସଲା ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri