ପୁଣି ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ: କରାଗଲା ଏୟାରଲିଫ୍ଟ

ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି,୩୧ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଗସ୍ତରେ ଆସିଥିବାବେଳେ ପଞ୍ଚାୟତିରାଜ ତଥା ପାନୀୟଜଳ, ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ସେ ଥଣ୍ଡା କାଶରେ ପୀଡ଼ିତ ହେବା ସହ କଫ ଯୋଗୁ ନିଶ୍ୱାସ ନେବାରେ କଷ୍ଟ ପାଇଥିଲେ। ଏଥିସହ ତାଙ୍କଠାରେ ରକ୍ତଚାପର ସମସ୍ୟା ଦେଖାଯାଇଛି ବୋଲି ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟର ସୁପରିଟେଣ୍ଡେଣ୍ଟ ଅଭୟ ପଟ୍ଟନାୟକ ସୂଚନା ଦେଇଛନ୍ତି।

ମନ୍ତ୍ରୀଙ୍କୁ ଡାକ୍ତର ଟିମ୍‌ ସର୍କିଟ ହାଉସ ଠାରେ ଚିକିତ୍ସା କରିଥିଲେ। ତେବେ ମନ୍ତ୍ରୀଙ୍କୁ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିବା ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପୋଲିସ ରିଜର୍ଭ ପଡ଼ିଆରେ ହେଲିକପ୍ଟର ଓହ୍ଲାଇ ଥିଲା। ପରେ ଏଥିରେ ମନ୍ତ୍ରୀଙ୍କୁ ଭୁବନେଶ୍ୱର ନିଆଯାଇଛି।

ସୂଚନାଯୋଗ୍ୟ, ମନ୍ତ୍ରୀ ଗୁରୁବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପହଞ୍ଚି ଶୁକ୍ରବାର ବ୍ରାହ୍ମଣୀଗାଁ ଏବଂ ଦାରିଙ୍ଗବାଡ଼ିରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ପରେ ସେ ଶନିବାର ବାଲିଗୁଡ଼ା ତୁମୁଡ଼ିବନ୍ଧ ଆଦି ଅଞ୍ଚଳରେ କାର୍ଯ୍ୟକ୍ରମ କରି ଫୁଲବାଣୀରେ ରାତ୍ରିଯାପନ କରିଥିଲେ ା ରବିବାର ଚକାପାଦ ଅଞ୍ଚଳରେ ମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?