ନଡ଼ିଆ ଷଢ଼େଇରେ ଡାକୋଟା ବିମାନ

ଉଦଳା,୧୩।୭(ସନ୍ତୋଷ କୁମାର ବାଛିନୀ)ନଡ଼ିଆ ଷଢ଼େଇରେ ତିଆରି ହୋଇଛି ପ୍ରବାଦ ପୁରୁଷ ବିଜୁବାବୁଙ୍କ ଡାକୋଟା ବିମାନ ଭଳି ଏକ ପ୍ରତିକୃତି। ଏହାକୁ ଯିଏ ତିଆରି କରିଛନ୍ତି ତାଙ୍କ ନଁା ମଧ୍ୟ ବିଜୁ। ବିଜୁ ଭାଇ ନାମରେ ପରିଚିତ ଶିଳ୍ପୀ ବିଜୟ କମିଳା ହେଉଛନ୍ତି ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସି ଅନ୍ତର୍ଗତ ୭ନଂ. ୱାର୍ଡର ବାସିନ୍ଦା। ପେସାରେ ଜଣେ ଗାଡ଼ି ମେକାନିକ ହୋଇଥିଲେ ମଧ୍ୟ ନିଶାରେ ସେ କାରିଗର। କରୋନା ଜନିତ ଲକ୍‌ଡାଉନ ସମୟରେ ନଡ଼ିଆ ଷଢେଇରେ ସେ ବିଭିନ୍ନ ପ୍ରକାର ଘରକରଣା ଜିନିଷ ତିଆରି କରି ଚର୍ଚ୍ଚାକୁ ଆସିଥିଲେ। ତେବେ ବିଜୁ ବାବୁଙ୍କୁ ଭଲ ପାଉଥିବାରୁ ତାଙ୍କର ପ୍ରିୟ ଡାକୋଟା ବିମାନ ଷଢ଼େଇରେ ତିଆରି କରିଥିବା ସେ କହିଛନ୍ତି। ଅନୁମତି ମିଳିଲେ ଏହାକୁ ସେ ବିଜୁ ବାବୁଙ୍କ ପୁତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉପହାର ଦେବେ ବୋଲି ଆଗ୍ରହ ପ୍ରକାଶ କରିଛନ୍ତି। ଷଢେଇରେ ତିଆରି ହୋଇଥିବା ଏହି ଡାକୋଟାର ଲମ୍ବ ୩ ଫୁଟ ୬ ଇଞ୍ଚ୍‌। ବିଭିନ୍ନ ସ୍ଥାନରୁ ଷଢେଇ ସଂଗ୍ରହ କରି ତାକୁ କାଟି ଅଠା ଦ୍ୱାରା ଯୋଡ଼ି ତିଆରି କରିଛନ୍ତି ଡାକୋଟା ବିମାନ। ଏହା ତିଆରି କରିବାକୁ ଦୁଇ ମାସ ସମୟ ଲାଗିଥିବା କହିଛନ୍ତି ବିଜୟ। ଯେତେବେଳେ ସମୟ ପାଆନ୍ତି ସେତେବେଳେ ସେ ଏହି କାମ କରିଥାନ୍ତି ଏବଂ ପରିବାର ଲୋକଙ୍କ ପ୍ରେରଣା ପାଇଁ ଏହା ସମ୍ଭବ ହୋଇଛି ବୋଲି ବିଜୟ କହିଛନ୍ତି। ତେବେ ସରକାରୀ ପ୍ରୋତ୍ସାହନ ମିଳିଲେ ବିଜୟ ଆଗକୁ ବଢ଼ିପାରିବା ସହ ତାଲିମ କେନ୍ଦ୍ର ଆରମ୍ଭ କରି ନୂଆ ଶିଳ୍ପୀ ସୃଷ୍ଟି କରିପାରନ୍ତେ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri