Posted inଜାତୀୟ

ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣା: ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା, ବିମାନ ବାତିଲ

ନୂଆଦିଲ୍ଲୀ,୨୮ା୬: ଦିଲ୍ଲୀରେ ପ୍ରବଳ ବର୍ଷା ମଧ୍ୟରେ ଶୁକ୍ରବାର ସକାଳେ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଅଘଟଣ ଘଟିଛି। ବିମାନବନ୍ଦରର ଟର୍ମିନାଲ-୧ର ଛାତର ଏକ ଅଂଶ ଭୁଶୁଡ଼ି ସେଠାରେ ଥିବା ଗାଡ଼ି ଉପରେ ପଡ଼ିଯାଇଥିଲା। ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ୪ ଜଣ ଆହତ ହୋଇଛନ୍ତି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ କିଞ୍ଜାରାପୁ ମୃତ ଓ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି। ଟର୍ମିନାଲ ଛାତ ତଳେ ଫସି ରହିଥିବା ଲୋକଙ୍କୁ କ୍ଷତିପୂରଣ ବାବଦରେ ୨୦ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୩ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
ରାମମୋହନ କହିଛନ୍ତି, ପ୍ରବଳ ବର୍ଷା ଯୋଗୁ ବିମାନବନ୍ଦର ବାହାରେ ଥିବା ଛାତର ଏକ ଅଂଶ ଭୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ମୁଁ ସମବେଦନା ଜଣାଉଛି। ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଛି। ଦୁର୍ଘଟଣା ବିଷୟରେ ସୂଚନା ପାଇବା ମାତ୍ରେ ତୁରନ୍ତ ଜରୁରିକାଳୀନ ଦଳ, ଅଗ୍ନି ନିରାପତ୍ତା ଦଳ, ସିଆଇଏସ୍‌ଏଫ୍‌ ଏବଂ ଏନ୍‌ଡିଆର୍‌ଏଫ୍‌ ଦଳ ପଠାଯାଇଥିଲା।

ସମସ୍ତେ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି ଏବଂ ଆଉ ଯେମିତି କେହି ଆହତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ରଖାଯାଇଛି। ବାକି ଟର୍ମିନାଲ ବିଲଡିଂ ବନ୍ଦ ହୋଇଯାଇଛି ଏବଂ ସବୁକିଛି ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଉଛି।

ଭାରତ ସରକାରୀ ସୂତ୍ରରୁ ପ୍ରକାଶ ଯେ, ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ଉପରେ ଛାତ ଭୁଶୁଡି ପଡ଼ିଛି। ଏହା ୨୦୦୮-୦୯ ସମୟରେ ନିର୍ମିତ ହୋଇଥିଲା। ଜିଏମ୍‌ଆର ଏହି କାମ ପାଇଁ ଘରୋଇ କଣ୍ଟ୍ରାକ୍ଟରମାନଙ୍କୁ ଚୁକ୍ତି ଦେଇଥିଲା। ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡର ମୁଖପାତ୍ର କହିଛନ୍ତି, ଆଜି ସକାଳୁ ପ୍ରବଳ ବର୍ଷା ହେତୁ ବିମାନ ବନ୍ଦରର ଟର୍ମିନାଲ-୧ର ପୁରୁଣା ଛାତର ଏକ ଅଂଶ ଭୁଶୁଡି ପଡ଼ିଥିଲା। ଜରୁରିକାଳୀନ ଦଳ ଲୋକଙ୍କୁ ଚିକିତ୍ସା ସହାୟତା ପ୍ରଦାନ କରିଛନ୍ତି। ଏହି ଦୁର୍ଘଟଣା ଯୋଗୁ ଟର୍ମିନାଲରୁ ସମସ୍ତ ବିମାନ ଉଡ଼ାଣ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri