୧୦ ଦିନ ଧରି ଧର୍ମଘଟ କରିବେ ବିମାନବନ୍ଦର ସୁରକ୍ଷାକର୍ମୀ

ଲଣ୍ଡନ,୧୮ା୩: ଲଣ୍ଡନର ହେଥ୍ରୋ ବିମାନବନ୍ଦରରେ ସୁରକ୍ଷାକର୍ମୀମାନେ ୧୦ ଦିନ ପର୍ଯ୍ୟନ୍ତ ଧର୍ମଘଟ କରିବେ। ଦରମା ବୃଦ୍ଧି ଦାବିରେ ସମସ୍ତ କର୍ମଚାରୀ ଏହି ଧର୍ମଘଟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁନିଅନ ୟୁନିଟ୍‌ କହିଛି, ୟୁରୋପର ଅନ୍ୟତମ ବ୍ୟସ୍ତବହୁଳ ବିମାନବନ୍ଦର ହେଥ୍ରୋ ବିମାନବନ୍ଦରରେ କାର୍ଯ୍ୟ କରୁଥିବା ୧୪୦୦ରୁ ଅଧିକ ସୁରକ୍ଷାକର୍ମୀ ଅଧିକ ବେତନ ଦାବି କରି ମାର୍ଚ୍ଚ ୩୧ରୁ ଏପ୍ରିଲ ୯ ପର୍ଯ୍ୟନ୍ତ ଧର୍ମଘଟ କରିବେ।

ୟୁନିଟ୍‌ କହିଛି, ଧର୍ମଘଟରେ ସାମିଲ ହେବାକୁ ଯାଉଥିବା କର୍ମଚାରୀମାନେ ବିମାନବନ୍ଦରରେ ପ୍ରବେଶ କରୁଥିବା ସମସ୍ତ ମାଲ ଯାଞ୍ଚ କରନ୍ତି। ଏହି ସମୟରେ ବ୍ରିଟେନରେ ଦୁଇ ସପ୍ତାହ ସ୍କୁଲ ଛୁଟି ହେବ। ତେବେ ଧର୍ମଘଟ ସମୟରେ ଇଂଲଣ୍ଡ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri