ତାଲିବାନ ଉପରେ ଏୟାରଷ୍ଟ୍ରାଇକ୍‌…

କାବୁଲ,୧।୮: ତାଲିବାନ ବିରୋଧରେ ଆଫଗାନିସ୍ତାନ ବାୟୁସେନା ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ତାଲିବାନ ଉପରେ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ପୃଥକ ପୃଥକ ଆକ୍ରମଣରେ ଆଫଗାନିସ୍ତାନ ବାୟୁସେନା ପକ୍ଷରୁ ହୋଇଥିବା ବୋମାମାଡ଼ରେ ୨୫୪ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ୯୭ରୁ ଅଧିକ ଆତଙ୍କବାଦୀ ଆହତ ହୋଇଥିବା କୁହାଯାଉଛି। ଆଫଗାନିସ୍ତାନ ବାୟୁସେନା ପକ୍ଷରୁ ଗତ ୨୪ ଘଣ୍ଟା ମଧ୍ୟରେ କାବୁଲ, କାନ୍ଧାହାର, କୁଣ୍ଡୁଜ, ହେରାତ, ହେଲମଣ୍ଡ ଏବଂ ଘଜନୀଙ୍କ ସମେତ ୧୩ଟି ତାଲିବାନ ଆତଙ୍କବାଦୀଙ୍କ ଶିବିର ଉପରେ ଆକ୍ରମଣ କରାଯାଇଛି।
ଏହି ସମୟ ମଧ୍ୟରେ ଆଫଗାନିସ୍ତାନ ସୈନ୍ୟବାହିନୀ ୧୩ଟି ଆଇଇଡ଼ିକୁ ନିଷ୍କ୍ରିୟ କରାଯାଇଛି। ଆଫଗାନିସ୍ତାନରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ଆରମ୍ଭ ହେବା ପରେ ଦେଶରେ ତାଲିବାନ ଆତଙ୍କବାଦୀ ସକ୍ରିୟ ହେବାରେ ଲାଗିଛନ୍ତି। ଅଗଷ୍ଟ ୩୧ ସୁଦ୍ଧା ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ସମ୍ପୂର୍ଣ୍ଣ ହଟିଯିବାର ଯୋଜନା ରହିଛି।
ଜାତିସଂଘର ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷର ପ୍ରଥମ ଛଅ ମାସରେ ଆଫଗାନିସ୍ତାନରେ ଘଟିଥିବା ହିଂସା ଯୋଗୁ ସାଧାରଣ ନାଗରିକଙ୍କ ମୃତ୍ୟୁ ଓ ଆହତଙ୍କ ସଂଖ୍ୟା ଗତ ବର୍ଷ ତୁଳନାରେ ୪୭ ପ୍ରତିଶତ ବୃଦ୍ଧି ପାଇଛି। ଏହି ରିପୋର୍ଟରେ ସ୍ପଷ୍ଟ ଚେତାବନୀ ଦିଆଯାଇଛି ହିଂସାକୁ ରୋକା ନ ଗଲେ ଚଳିତ ବର୍ଷ ଦେଶରେ ସାଧାରଣ ଲୋକଙ୍କ ହତାହତଙ୍କ ସଂଖ୍ୟା ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri