ଭୁଶୁଡ଼ିଲା ଏୟାରଷ୍ଟ୍ରିପ୍‌ ପାଚେରି, ୨ ଶ୍ରମିକ ମୃତ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଗୁରୁବାର ଅପରାହ୍ନ ପ୍ରାୟ ୪ଟାରେ କାଳବୈଶାଖୀ ଯୋଗୁ ୨୦ମିନିଟ୍‌ ଧରି ପ୍ରବଳ ବେଗରେ ପବନ ବହିବା ସହ ବଜ୍ରପାତ ହୋଇଥିଲା। ଫଳରେ ରାସ୍ତା ଉପରେ ବଡ଼ ବଡ ଗଛ ଉପୁଡି ପଡିବା ସହ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡିଥିଲା ା କାଳବୈଶାଖୀ ଯୋଗୁ କଟେଲିଗୁଡା ଗ୍ରାମ ନିକଟରେ ନିର୍ମାଣାଧୀନ ଏୟାରଷ୍ଟ୍ରିପ୍‌ ପାଚେରି ଭୁଶୁଡିବା ଫଳରେ ସେଠାରେ କାର୍ଯ୍ୟରତ ଥିବା ୬ଜଣ ଶ୍ରମିକଙ୍କ ଉପରେ ପଡିଯାଇଥିଲା। ଫଳରେ ସେମାନେ କାନ୍ଥ ତଳେ ଚାପିହୋଇ ଯାଇଥିଲେ।
ଏହା ଦେଖି ଅନ୍ୟ ଶ୍ରମିକ ଓ ସ୍ଥାନୀୟ ଲୋକେ ତୁରନ୍ତ ସେମାନଙ୍କୁ ଉଦ୍ଧାରକରି ଆମ୍ବୁଲାନ୍ସକୁ ଖବର ଦେଇଥିଲେ। କିନ୍ତୁ ଆମ୍ବଲାନ୍ସ ପହଞ୍ଚିବାରେ ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ ଅଟୋ ଓ ଟ୍ରାକ୍ଟର ଦ୍ୱାରା ଆହତମାନଙ୍କୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଏମ୍‌ଭି- ୩ ଗ୍ରାମର ଅନିଲ ହେମ୍ରମଙ୍କ ପୁଅ ମନ ହେମ୍ରମ୍‌ ଓ ତେନ୍ତଳିଗୁଡା ଗ୍ରାମର ଅର୍ଜୁନ ପେନିଆଙ୍କ ସ୍ତ୍ରୀ ତିଳୋତ୍ତମା।
ସେହିପରି ମାଲକାନଗିରି, ବାଲିମେଳା, ମାଥିଲ ଓ ପାଣ୍ଡ୍ରିପାଣି ଆଦି ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିଛି ା ପବନରେ ୧୦୦ରୁ ଊର୍ଦ୍ଧ୍ୱ ଘରର ଟିଣ ଉଡ଼ିଯିବା ସହ ଉଠାଦୋକାନୀମାନଙ୍କ ତମ୍ବୁ ନଷ୍ଟ ହୋଇଯାଇଥିବା ଦେଖିବାକୁ ମିଳିଛି। ପବନ ହେବା ଫଳରେ ମାଲକାନଗିରି-ଜୟପୁର, ମାଲକାନଗିରି-ବାଲିମେଳା, ଚିତ୍ରକୋଣ୍ଡା-ବାଲିମେଳା ଓ ଗୋବିନ୍ଦପାଲ୍ଲୀ ଜାତୀୟ ରାଜପଥରେ ରାସ୍ତାରେ ବଡ ବଡ ଗଛ ପଡିବାରୁ ଶହ ଶହ ଯାନବାହନ ଅଟକି ରହିଛି ା ଅଗ୍ନିଶମ ବିଭାଗ କର୍ମଚାରୀ ଏବଂ କୋରାପୁଟରୁ ଓଡ୍ରାଫ୍‌ ଟିମ୍‌ ଆସି ରାସ୍ତାରେ ପଡିଥିବା ଗଛ କଟା ଜାରି ରଖିଛନ୍ତି। ଜିଲା ପ୍ରଶାସନ ତରଫରୁ ବିଭିନ୍ନ ଅଞ୍ଚଳରେ କ୍ଷୟକ୍ଷତି ଏବଂ ତୁରନ୍ତ ରାସ୍ତା ସଫା ଏବଂ ବିଜୁଳି ସଂଯୋଗ ପାଇଁ ପଦକ୍ଷେପ ନିଆଯାଉଥିବା ଉପଜିଲାପାଳ ଅକ୍ଷୟ କୁମାର ଖେମୁଣ୍ଡୁ କହିଛନ୍ତି। ତେବେ ଆଭ୍ୟନ୍ତରୀଣ ଅଞ୍ଚଳରେ କାଳ ବୈଶାଖୀରେ ଘଟିଥିବା କ୍ଷୟକ୍ଷତି ବିଷୟରେ ରିପୋର୍ଟ ଲେଖା ହେବା ସୁଦ୍ଧା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri