୫୦୦ ସହରରେ ଏୟାରଟେଲ୍‌ ୫ଜି ପ୍ଲସ୍‌

ନୂଆଦିଲ୍ଲୀ,୨୭।୩: ଦେଶର ପ୍ରମୁଖ ଟେଲିକମ କମ୍ପାନୀ ଭାରତୀ ଏୟାରଟେଲ୍‌ ପକ୍ଷରୁ ଏୟାରଟେଲ ୫ଜି ପ୍ଲସର ଏକ ମେଗା ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଗୋଟିଏ ଦିନରେ ଦେଶର ୨୩୫ଟି ସହରରେ ଉକ୍ତ ସେବାର ଶୁଭାରମ୍ଭ ହୋଇଯାଇଛି। ଏପରିକି ଦେଶର ମୋଟ ୫୦୦ ସହରରେ ଏୟାରଟେଲ ଅଲ୍‌ଟ୍ରା-ଫାଷ୍ଟ୍‌ ୫ଜି ସେବା ଉପଲବ୍ଧ ହେଉଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।

ଅପରପକ୍ଷରେ କମ୍ପାନୀର ଓଡ଼ିଶା କ୍ଷେତ୍ରରେ ବର୍ତ୍ତମାନ ୨୯ଟି ସହରରେ ଏୟାରଟେଲ ୫ଜି ପ୍ଲସ ସେବା ଉପଲବ୍ଧ। ଏହି ସହରଗୁଡ଼ିକ ମଧ୍ୟରେ କେନ୍ଦ୍ରାପଡ଼ା, ଯାଜପୁର ରୋଡ଼, ବଲାଙ୍ଗୀର, ତାଳଚେର ସମେତ ଭୁବନେଶ୍ୱର, କଟକ, ରାଉରକେଲା, ପୁରୀ, ଅନୁଗୋଳ, ସମ୍ବଲପୁର, ବାଲେଶ୍ୱର, ବ୍ରହ୍ମପୁର, ଭବାନୀପାଟଣା, ଢେଙ୍କାନାଳ, ଝାରସୁଗୁଡ଼ା, ପାରାଦୀପ ଓ ବରଗଡ଼ ଟାଉନ, ଭଦ୍ରକ, ବାରିପଦା, ଖୋର୍ଦ୍ଧା, ମାଲକାନଗିରି, ଭଞ୍ଜନଗର, ଯାଜପୁର ଟାଉନ, ନୂଆପଡ଼ା, ଜଗତସିଂହପୁର, ଜୟପୁର, ନବରଙ୍ଗପୁର, ପଟ୍ଟାମୁଣ୍ଡାଇ, ସୋନପୁର ଭଳି ସହର ଅନ୍ତର୍ଭୁକ୍ତ ରହିଛି। ଏ ସମ୍ପର୍କରେ ଭାରତୀ ଏୟାରଟେଲ୍‌ର ସିଟିଓ ରଣଦୀପ ସେଖୋଁ କହିଛନ୍ତି, ଦେଶରେ ୫ଜି ଗ୍ରହଣୀୟତାର ଦ୍ରୁତ ଗତିକୁ ଦେଖି ଆମେ ବେଶ୍‌ ଉତ୍ସାହିତ। ଏପରିକି ଆଜିର ଏହି ମେଗା ଉନ୍ମୋଚନ ଫଳରେ ଦେଶର ପ୍ରତ୍ୟେକ ଏୟାରଟେଲ୍‌ ଗ୍ରାହକଙ୍କୁ ଅଲ୍‌ଟ୍ରା-ଫାଷ୍ଟ୍‌ ଏୟାରଟେଲ ୫ଜି ପ୍ଲସ୍‌ ସଂଯୋଗ କରାଇପାରିଛୁ। ବର୍ତ୍ତମାନ ସୁଦ୍ଧା ଦେଶର ୫୦୦ ସହରକୁ ଉକ୍ତ ସେବାରେ ସାମିଲ କରାଇବା ସହ ପ୍ରତିଦିନ ୩୦ରୁ ୪୦ଟି ସହରକୁ ଯୋଡିବାର କାର୍ଯ୍ୟ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?