ଏୟାରଟେଲ୍‌ର ମାଗଣା ପ୍ୟାକ୍‌

ମୁମ୍ବାଇ: ଏୟାରଟେଲ୍‌ ପକ୍ଷରୁ ଗ୍ରାହକଙ୍କ ପାଇଁ ବିଶେଷ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀ ୫୫ ନିୟୁତରୁ ଅଧିକ ନିମ୍ନ ଆୟବର୍ଗର ଗ୍ରାହକଙ୍କୁ ଏହାର ୪୯ ଟଙ୍କାର ପ୍ୟାକ୍‌ ମାଗଣାରେ ଯୋଗାଇଦେବ। ଏହା ୨୮ ଦିନର ବୈଧତା ସହିତ ୩୮ ଟଙ୍କାର ଟକ୍‌ଟାଇମ୍‌ ଏବଂ ୧୦୦ ଏମ୍‌ବି ଡାଟା ପ୍ରଦାନ କରୁଛି। ଏହି ପ୍ରୟାସ ମାଧ୍ୟମରେ ୫୫ ମିଲିୟନରୁ ଅଧିକ ଗ୍ରାହକ, ମୁଖ୍ୟତଃ ଗ୍ରାମାଞ୍ଚଳରେ, ସଂଯୁକ୍ତ ରହିବାକୁ ଏବଂ ଆବଶ୍ୟକ ସମୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇବାକୁ ସକ୍ଷମ ହେବେ। ଦେଶରେ ଜାରି ରହିଥିବା ମହାମାରୀ ମଧ୍ୟରେ ନିମ୍ନ ଆୟ ବର୍ଗର ଗ୍ରାହକଙ୍କୁ ସଂଯୁକ୍ତ ରଖିବାରେ ସାହାଯ୍ୟ କରିବ। ସେହିଭଳି କମ୍ପାନୀର ୭୯ ଟଙ୍କାର ରିଚାର୍ଜ କୁପନ କିଣୁଥିବା ଏୟାରଟେଲ୍‌ ପ୍ରିପେଡ୍‌ ଗ୍ରାହକମାନେ ବର୍ତ୍ତମାନ ଏହାର ଦୁଇଗୁଣ ଫାଇଦା ପାଇବେ। ଏହି ଫାଇଦାଗୁଡ଼ିକ ଆସନ୍ତା ସପ୍ତାହରେ ଏୟାରଟେଲ୍‌ ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri